March 21, 2023

ଆଜିର ରାଶିଫଳ

1 min read
Today-Horoscope-Aajira-Odisha

ମେଷ: ପୈତୃକ ସମ୍ପତ୍ତି ପାଇଁ ବ୍ୟସ୍ତ ରହିବେ। କାର୍ଯ୍ୟରେ ସଫଳତା ହାସଲ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଉପୁଜି ପାରେ। ଧାର୍ମିକ ହେବେ।

ବୃଷ: କାର୍ଯ୍ୟରେ ସଫଳ ହେବେ; ମାତ୍ର ଏଥି ପାଇଁ ବହୁ ବ୍ୟୟ କରିବାକୁ ପଡ଼ିବ। ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମିତ୍ରମାନଙ୍କ ସାହାଯ୍ୟ ପାଇ ସୁଖୀ ହୋଇ ପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି।

ମିଥୁନ: ବନ୍ଧୁ ମିଳନ ଘଟିବ। ସୁଖ-ସମ୍ମାନ ଲାଭ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ବଳଶାଳୀ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ପ୍ରାପ୍ତ ହେବ। ଉତ୍ତମ ଭୋଜନ ମିଳିବ। ବିଦ୍ୱାନ୍‍ ହେବେ। ଶାସ୍ତ୍ରଜ୍ଞ ହୋଇପାରନ୍ତି।

କର୍କଟ: ଗଣ୍ଡଗୋଳିଆ ପରିସ୍ଥିତିରୁ ଲାଭ ଉଠାଇ ପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ଏକାନ୍ତ ପ୍ରିୟ ହେବେ। ସ୍ନେହପୂର୍ଣ୍ଣ କଥା କହି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ସିଂହ: ସମ୍ମୁଖ ସମରରେ ବିଜୟ ଲାଭ କରି‌େ‌ବେ। ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ଚେଷ୍ଟିତ ହେବେ। ସରକାରୀ ସମ୍ମାନିତ ହୋଇ ଅର୍ଥ ପ୍ରାପ୍ତ ହୋଇପାରନ୍ତି।

କନ୍ୟା: ଅନ୍ୟଠାରୁ ପ୍ରେରଣା ପାଇ କାର୍ଯ୍ୟ କରିବେ। ପରିଶ୍ରମର ମୂଲ୍ୟାଙ୍କନ ହେବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି କୃତକୃତ୍ୟ ହେବେ।

ତୁଳା: ପରିସ୍ଥିତି ପ୍ରତି ସଜାଗ ରହିବେ। ସେବକ ମନୋଭାବ ଗ୍ରହଣ କରିପାରନ୍ତି। ପୂଜାର୍ଚ୍ଚନା ପ୍ରତି ଧ୍ୟାନ ଦେବେ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିପାରନ୍ତି। ସୁଖ ମିଳିବ। ଧର୍ମାତ୍ମା, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

ବିଛା: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ସାମାନ୍ୟ ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାସ୍ତ୍ର ପଟୁ ହେବେ। ସୁବର୍ଣ୍ଣାଦିଯୁକ୍ତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

ଧନୁ: ପ୍ରିୟ ବ୍ୟକ୍ତିଙ୍କ ସହ ହସ-ଖୁସିରେ ସମୟ ବିତାଇ ପାରନ୍ତି। ସୁଖ-ସନ୍ତୋଷ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର: ବ୍ୟୟ ଯୋଗ ଅଛି। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ। ବନ୍ଧୁ ଦ୍ୱେଷୀ ହେବାର ସୂଚନା ମିଳୁଛି।

କୁମ୍ଭ: ହଠାତ୍‍ ପୂର୍ବର ନିଷ୍ପତ୍ତିକୁ ବଦଳାଇ ଦେଇପାରନ୍ତି। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ।

ମୀନ: କାର୍ଯ୍ୟରେ ବିଘ୍ନ ଉପୁଜି ପାରେ। ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିର ପରିଚୟ ଦେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି ଉପରେ ଧ୍ୟାନ ଦେବେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.