ଜାତୀୟରାଜ୍ୟ

ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କଲେ ନରେନ୍ଦ୍ର ମୋଦି

ଆଓରି-ନୂଆଦିଲ୍ଲୀ(୧୧/୯) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ଏହା ଆଗାମୀ ମାସରୁ ଲାଗୁ ହେବ। ଦେଶର ବିଭିନ୍ନ ସ୍ଥାନରେ ଆଶା, ଅଙ୍ଗନୱାଡି ଏବଂ ଏଏନ୍‌ଏମ୍‌ କର୍ମଚାରୀଙ୍କ ସହିତ ଏକ ଭିଡିଓ କନ୍‌ଫେରେନ୍ସିଂ  ମାଧ୍ୟମରେ ମତ ବିନିମୟ କରିବା ସମୟରେ ପ୍ରଧାନମନ୍ତ୍ରୀ ଏହି ଘୋଷଣା କରିଛନ୍ତି।

ଆଶା କର୍ମୀମାନଙ୍କୁ କେନ୍ଦ୍ର ସରକାର ପ୍ରଦାନ କରୁଥିବା ନିୟମିତ ଭତ୍ତା ଦୁଇଗୁଣ କରାଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି। ଏଥିସହିତ ସମସ୍ତ ଆଶାକର୍ମୀ ଏବଂ ସେମାନଙ୍କ ସହାୟିକାମାନଙ୍କୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଅଧୀନରେ ମାଗଣା ବୀମାଭୁକ୍ତ କରାଯିବ। ଅଙ୍ଗନୱାଡି କର୍ମଚାରୀଙ୍କ ପାରିଶ୍ରମିକରେ ମଧ୍ୟ ଆଖିଦୃଶିଆ ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଯେଉଁମାନେ ପୂର୍ବରୁ ୩୦୦୦ଟଙ୍କା ପାଉଥିଲେ ସେମାନେ ଏବେ ୪,୫୦୦ଟଙ୍କା ପାଇବେ। ସେହିପରି ଯେଉଁମାନେ ୨୨୦୦ ଟଙ୍କା ପାଉଥିଲେ ସେମାନେ ୩୫୦୦ ଟଙ୍କା ପାଇବେ। ଅଙ୍ଗନୱାଡି ସହାୟିକାମାନଙ୍କ ପାରିଶ୍ରମିକ ମଧ୍ୟ ୧୫୦୦ ଟଙ୍କାରୁ ବୃଦ୍ଧି ପାଇ ୨୨୫୦ ଟଙ୍କା କରାଯାଇଛି।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ ଘୋଷଣା କରିଛନ୍ତି ଯେ କମନ ଆପ୍ଲିକେସନ ସଫ୍ଟୱେର(ଆଇସିଡିଏସ୍‌ସିଏଏସ୍‌) ବ୍ୟବହାର କରୁଥିବା ଅଙ୍ଗନୱାଡି କର୍ମୀ ଏବଂ ସହାୟିକାମାନଙ୍କୁ ଅତିରିକ୍ତ ଭତ୍ତା ପ୍ରଦାନ କରାଯିବ। ଏହି ଭତ୍ତା ୨୫୦ରୁ ୫୦୦ଟଙ୍କା ମଧ୍ୟରେ ହେବ ଏବଂ ଏହା ପ୍ରଦର୍ଶନ ଭିତ୍ତିିକ ହେବ।

Related Articles

Leave a Reply

Your email address will not be published. Required fields are marked *

Back to top button