ରାଜ୍ୟଶିକ୍ଷା

ଜୁନ୍‌ ୯ରେ ଯୁକ୍ତ୨ କଳା ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଜୁନ୍‌ ୯ରେ ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ର୍ରି ନାରାୟଣ ପାତ୍ର ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଛାତ୍ରଛାତ୍ରୀମାନେ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ରେଜଲ୍ଟ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ୍‌ ନମ୍ବରର ଆବଶ୍ୟକତା ରହିଛି। ଓ୍ଵବସାଇଟ୍‌ରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ କୁମାର ପଣ୍ଡା କହିଛନ୍ତି।

ଗତ ମାର୍ଚ୍ଚ ୫ରୁ ୨୯ ତାରିଖ ପର୍ଯ୍ୟନ୍ତ ୧୧୦୪ଟି ପରୀକ୍ଷା କେନ୍ଦ୍ରରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୩,୬୫,୮୨୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳା ବିଭାଗରେ ୨,୩୩,୯୭୮, ବାଣିଜ୍ୟ ବିଭାଗରେ ୨୭,୪୪୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତବର୍ଷ ମେ’ ୨୯ରେ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥର ୧୦ ଦିନ ବିଳମ୍ବରେ ରେଜଲ୍ଟ ପ୍ରକାଶ ପାଇବାକୁ ଯାଉଛି। ସିବିଏସ୍‌ଇ ପାଠ୍ୟକ୍ରମ ଢାଞ୍ଚାରେ ପ୍ରସ୍ତୁତ ହୋଇଥିବା ପାଠ୍ୟକ୍ରମ ଅନୁଯାୟୀ ଚଳିତବର୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତ ମେ’ ୧୯ରେ ବିଜ୍ଞାନ ବିଭାଗ ପରୀକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button