ପ୍ରଧାନମନ୍ତ୍ରୀ ମେଧାବୃତ୍ତି ଯୋଜନାରେ ଛାତ୍ର ଛାତ୍ରୀ ହେବେ ଅଧିକ ଲାଭାନ୍ଵିତ
1 min read
ଆଓରି-ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମେଧାବୃତ୍ତି ଯୋଜନାରେ ପରିବର୍ତ୍ତନ କରାଯାଇଛି। ଏଣିକି ଛାତ୍ରମାନଙ୍କୁ ୨ହଜାର ଟଙ୍କା ବଦଳରେ ୨୫ଶହ ଟଙ୍କା ଏବଂ ଛାତ୍ରୀମାନଙ୍କୁ ୨୨୫୦ଟଙ୍କା ବଦଳରେ ତିନି ହଜାର ଟଙ୍କା ମେଧାବୃତ୍ତି ମିଳିବ। ପ୍ରଧାନମନ୍ତ୍ରୀ ମେଧାବୃତ୍ତି ଯୋଜନାରେ ଆତଙ୍କବାଦୀ କିମ୍ବା ନକ୍ସଲ ଆକ୍ରମଣରେ ସହିଦ୍ ହୋଇଥିବା ରାଜ୍ୟ ପୋଲିସର ଯବାନଙ୍କ ପିଲାମାନଙ୍କୁ ମଧ୍ୟ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଗତକାଲି ନରେନ୍ଦ୍ର ମୋଦିଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ ହୋଇଥିଲା । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ମନ୍ତ୍ରୀଙ୍କୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ମଧ୍ୟ କରାଯାଇଛି ।