April 19, 2024

କ୍ୟାବିନେଟ ମନ୍ତ୍ରୀ ହେଲେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ; ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ କାଯ୍ୟଭାର

1 min read

ନୂଆଦିଲ୍ଲୀ,(ଆଜିର ଓଡ଼ିଶା): କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପସ୍ରାରଣରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାସ୍ପ ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନଙ୍କୁ କ୍ୟାବିନେଟ ପାହ୍ୟାକୁ ପଦୋନ୍ନତି ହୋଇଛି ଏବଂ ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ କାଯ୍ୟଭାର ଗ୍ରହଣ କରିଛନ୍ତି  । ଏହି ଅବସରରେ ଗଣମାଧ୍ୟମକୁ ସୂଚନା  ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଯେଉଁ ଗୁରୁ ଦାୟିତ୍ୱ ଦେଇଛନ୍ତି ତାହାକୁ ସଫଳତାର ସହିତ ତୁଲାଇବାକୁ ଚେଷ୍ଟା କରିବେ । ଭାରତର ଦକ୍ଷତା ମିଶନକୁ  ପ୍ରଭାବୀ ଢଙ୍ଗରେ କାର୍ଯ୍ୟକାରୀ କରିବା ପାଇଁ  ବିଗତ ତିନି ବର୍ଷ ହେବ ଯେଉଁ ପ୍ରୟାସ ଆରମ୍ଭ ହୋଇଛି ତାକୁ ଆହୁରି କ୍ରିୟାଶୀଳ କରିବା ପାଇଁ ପ୍ରୟାସ କରାଯିବ ବୋଲି ସେ କହିଛନ୍ତି  ।  ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉପରେ ଅଧିକ ଗୁରୁତ୍ୱ ଦିଆଯିବ ।  ସେହିପରି ରାଜ୍ୟ, ବିଭିନ୍ନ ମନ୍ତ୍ରଣାଳୟ ଓ ଘରୋଇ ପ୍ରତିଷ୍ଠାନ ଗୁଡିକ ମଧ୍ୟରେ ସମନ୍ୱୟ ପ୍ରତିଷ୍ଠା କାର ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ  ଆଗେଇ ନିଆଯିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି  ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.