March 25, 2023

ଶୋପିଆନ୍‌ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ; ୨ ଆତଙ୍କବାଦୀ ମୃତ

1 min read

ଆଓରି-ନୂଆଦିଲ୍ଲୀ(୦୩/୦୫) : ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି।  ଏଥିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଇମାମ୍‌ ସାହିବ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ମୃତ ଆତଙ୍କବାଦୀ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ସଂଗଠନର ବୋଲି କୁହାଯାଉଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.