ବ୍ୟକ୍ତିତ୍ଵ

ବିଜୁ ପଟନାୟକଙ୍କ ୨୧ ତମ ଶ୍ରାଦ୍ଧଦିବସ ପାଳନ

ଆଓରି(ତା୧୭|୪)-  

ପିତା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଓ ମାତା ଆଶାଲତା ପଟ୍ଟନାୟକଙ୍କ ଠାଓଡ଼ିଶା ସରକାର ଅନେକ ଅନୁଷ୍ଠାନକୁ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଅଛନ୍ତି । ଭୁବନେଶ୍ଵରରେ ଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦର ସେଥିମଧ୍ୟରୁ ଅନ୍ୟତମ । ତାଙ୍କ ଜନ୍ମ ଦିବସ ମାର୍ଚ ୫କୁ ପଞ୍ଚାୟତି ରାଜ ଦିବସ ଭାବରେ ପାଳନ କରାଯାଉଛି ।

ପଟ୍ଟନାୟକ ଦିଲ୍ଲୀରେ ଜଣେ ବ୍ୟବସାୟୀ ଭାବରେ ଅବସ୍ଥାପିତ, ଦିଲ୍ଲୀରୁ ବିମାନ ଉଡ଼ାଣ ଶିକ୍ଷା ସମାପ୍ତ କରି ସେ ଇଣ୍ଡିଆନ ଏୟାର‌ୱେଜରେ ପାଇଲଟ ଭାବରେ ଚାକିରି କରିଥିଲେ । ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଆଦିଙ୍କୁ ଡଚମାନଙ୍କଠାରୁ ଉଦ୍ଧାର କରିଥିଲେ । ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ “ଭୂମିପୁତ୍ର” ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଏହି ସମ୍ମାନ ସହ, ପୁରସ୍କାର ସ୍ଵରୂପ ମିଳିଥିବା କୋଟି କୋଟି ଟଙ୍କା ସେ ଇଣ୍ଡୋନେସିଆର ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଦେଇଥିଲେ ।

ରାଜନୀତି କ୍ଷେତ୍ରରେ ବିଜୁ ପଟ୍ଟନାୟକ ତାଙ୍କ ରାଜନୈତିକ ଜୀବନ ୧୯୪୬ରେ ଆରମ୍ଭକରି ନିର୍ବିରୋଧ ଭାବେ ଓଡ଼ିଶା ବିଧାନ ସଭାକୁ ଉତ୍ତର କଟକ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।୧୯୫୨ ଏବଂ ୧୯୫୭ରେ ସେ ଯଥାକ୍ରମେ ଜଗନ୍ନାଥ ପ୍ରସାଦଏବଂ ସୋରଡ଼ାରୁ ଜିତିଥିଲେ । ୧୯୬୧ରେ ସେ ରାଜ୍ୟ କଂଗ୍ରେସର ସଭାପତିତ୍ଵ ଗ୍ରହଣ କରିଥିଲେ । ତାଙ୍କ ନେତୃତ୍ଵରେ କଂଗ୍ରେସ ଦଳ ୧୪୦ରୁ ୮୨ଟି ଆସନରେ ବିଜୟ ଲାଭକରିଥିଲା । ଚୌଦ୍ଵାରରୁ ନିର୍ବାଚିତ ବିଜୁ ପଟ୍ଟନାୟକ ପ୍ରଥମଥର ନିମନ୍ତେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ଵ ଗ୍ରହଣ କରି ୨ ଅକ୍ଟୋବର ୧୯୬୩ ଯାଏଁ ପଦବୀରେ ରହିଥିଲେ । କଂଗ୍ରେସ ପାର୍ଟିକୁ ପୁଣି ସତେଜ କରିବା ପାଇଁ ସେ କାମରାଜ ଯୋଜନାରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ । ବିଜୁ ବାବୁ ଓ ଇନ୍ଦିରା ଗାନ୍ଧୀଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଥିଲା, ହେଲେ ୧୯୬୯ ରାଷ୍ଟ୍ରପତି ନିର୍ବାଚନ ବେଳେ ତାଙ୍କ ଭିତରେ ମନୋମାଳିନ୍ୟ ହୋଇଯିବାରୁ ଓ ୧୯୭୧ରେ ହୋଇଥିବା ରାଜ୍ୟ ସଭା ନିର୍ବାଚନ ନିମନ୍ତେ କଂଗ୍ରେସ ଟିକଟ ନପାଇବାର ସେ କଂଗ୍ରେସ ପାର୍ଟି ଛାଡ଼ି ଉତ୍କଳ କଂଗ୍ରେସ ନାମରେ ଏକ ନୂତନ ଦଳ କରିଥିଲେ।

୧୯୭୧ ବିଧାନ ସଭା ମତଦାନରେ ତାଙ୍କ ପାର୍ଟି ଯୁକ୍ତିଯୁକ୍ତ ଭାବେ ଭଲ କରିଥିଲା । ବିଜୁ ବାବୁ ତା ପରେ ତାଙ୍କ ପୁରୁଣା ସାଙ୍ଗ ଜୟପ୍ରକାଶ ନାରାୟଣଙ୍କ ସହିତ ସମ୍ପର୍କ ପୁନଃସ୍ଥାପନ କରିଥିଲେ ଓ ୧୯୭୪ରେ ଜେ.ପି ମୁଭମେଣ୍ଟରେ ଯୋଗ ଦେଇଥିଲେ । ୧୯୭୫ରେ ଯେତେବେଳେ ଜରୁରି କାଳୀନ ସ୍ଥିତି ଘୋଷଣା ହେଲା, ବିଜୁ ପଟ୍ଟନାୟକ ପ୍ରଥମ ବ୍ୟକ୍ତି ଥିଲେ ଯିଏ ଅନ୍ୟ ବିରୋଧୀ ନେତାମାନଙ୍କ ସହ ଗିରଫ ହୋଇଥିଲେ । ୧୯୭୭ରେ ସେ ମୁକୁଳିଳେ ଓ ଲୋକ ସଭା ପ୍ରାର୍ଥୀ ହିସାବରେ କେନ୍ଦ୍ରପଡ଼ାରୁ ନିର୍ବାଚିତ ହେଲେ। ୧୯୭୯ ବେଳେ ସେ ମୋରାରଜୀ ଦେଶାଇ ଓ ଚୌଧୁରୀ ଚରଣ ସିଂହଙ୍କ ସରକାର ଅଧିନରେ ଇସ୍ପାତ ଓ ଖଣି ମନ୍ତ୍ରୀ ରହିଥିଲେ । ୧୯୮୦ରେ ବିଜୁ ବାବୁ ଲୋକ ସଭାକୁ ନିର୍ବାଚିତ ହେଲେ ଏବଂ ପୁଣିଥରେ ୧୯୯୬ରେ ଲୋକ ସଭାକୁ ନିର୍ବାଚିତ ହେଇଥିଲେ । ୧୯୯୦ ରାଜ୍ୟ ବିଧାନ ସଭା ନିର୍ବାଚନରେ ଜନତା ଦଳ ଜିତିଲା ଏବଂ ଆଉଥରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୯୫ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହ କରିଥଲେ ।

ଓଡ଼ିଶା ସରକାର ଅନେକ ଅନୁଷ୍ଠାନକୁ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଅଛନ୍ତି । ଭୁବନେଶ୍ଵରରେ ଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦର ସେଥିମଧ୍ୟରୁ ଅନ୍ୟତମ । ତାଙ୍କ ଜନ୍ମ ଦିବସ ମାର୍ଚ ୫କୁ ପଞ୍ଚାୟତି ରାଜ ଦିବସ ଭାବରେ ପାଳନ କରାଯାଉଛି ।

 

 

Related Articles

Leave a Reply

Your email address will not be published. Required fields are marked *

Back to top button