ରାଶିଫଳ

ମେଷ: ସାରାଦିନ କାର୍ଯ୍ୟରତ ରହିବେ। ସକଳ ଗୁଣର ଆଧାର ହେବେ। ସୁଖରେ ଦିନଟି ବିତିବ। କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ବିନୀତ ସ୍ୱଭାବର ହେବେ। ମନ୍ତ୍ରଣା ଶକ୍ତିଯୁକ୍ତ ହେବେ। ପତ୍ନୀଙ୍କ ଧନରେ ସୁଖୀ ହେବେ।

ବୃଷ: ଅର୍ଥ ପ୍ରାପ୍ତି ପାଇଁ ଆଶାବାଦୀ ହେବେ। ବିତ୍ତ ପ୍ରାପ୍ତିର ସୂଚନା ମିଳୁଛି। ବିଳାସ-ବ୍ୟସନ ଠାରୁ ଦୂରେଇ ରହିବେ। ଅଧିକ ସୁଖଭୋଗ କରିପାରନ୍ତି। ଶ୍ରେଷ୍ଠ ପଦ-ପଦବୀରେ ଆରୁଢ଼ ହେବେ। ଜନସାଧାରଣ ଓ ବିଭାଗର ପ୍ରିୟପାତ୍ର ହେବେ।

ମିଥୁନ: ପରିଶ୍ରମର ଉଚିତ ମୂଲ୍ୟ ମିଳିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ। ଧନବାନ ହେବେ। ଗୁଣଜ୍ଞ ହୋଇପାରନ୍ତି। ଉପାର୍ଜନ ଯଥେଷ୍ଟ ପରିମାଣର ହେବ। ବିନୀତ ସ୍ୱଭାବର ହୋଇପାରନ୍ତି। ଚେତନଶୀଳ ହେବେ।

କର୍କଟ: ସଙ୍କଟରେ ପଡିଲେ ବି ମୁକାବିଲା କରି କୃତକାର୍ଯ୍ୟ ହେବେ। ଏ ନେଇ ଅଧିକ ବ୍ୟୟ ହୋଇପାରେ। ଧର୍ମପ୍ରିୟ ହେବେ। ହାସ୍ୟଯୁକ୍ତ ହେବେ। ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ଶିଳ୍ପ ପାରଦର୍ଶୀ ଓ ଚଞ୍ଚଳ ଚେଷ୍ଟିତ ହେବେ।

ସିଂହ: ଗୁରୁଜନ ତଥା ପିତା, ମାତାଙ୍କ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। କର୍ମ ଚଞ୍ଚଳ ରହିବେ। ମନୋଜ୍ଞ ହେବେ। ବିଚକ୍ଷଣ ବୁଦ୍ଧିଯୁକ୍ତ ହେବେ। ସମୃଦ୍ଧିର ସୋପାନ ଉଠିପାରନ୍ତି। ବହୁ ମିତ୍ର ଓ ସୌହୃଦଙ୍କ ସାନ୍ନିଧ୍ୟ ମିଳିବ।

କନ୍ୟା: ଦୂରବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। କର୍ମ ଚଞ୍ଚଳ ରହିବେ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରଦୂଷଣ ମୁକ୍ତ ଗୃହରେ ବସତି ସ୍ଥାପନ କରିବେ। କୀର୍ତ୍ତି, ମର୍ତ୍ତି, ସତ୍ତ୍ୱ, ସନ୍ତୋଷ ଓ ଉତ୍ତମ ଗୁଣର ଆଧାର ହେବେ।

ତୁଳା: ଜିତେନ୍ଦ୍ରିୟ ହୋଇପାରନ୍ତି। ବହୁ ସୁଖ ଭୋଗ କରିବେ। ଧାର୍ମିକ ପ୍ରବର ହୋଇପାରନ୍ତି। ସରକାରଙ୍କ ପ୍ରିୟପାତ୍ର ହେବେ। ନିଜ ବନ୍ଧୁବାନ୍ଧବଙ୍କ ସେବାରେ ନିୟୋଜିତ ହୋଇପାରନ୍ତି। ପୁତ୍ର ସୁଖ ମିଳିବ। ବ୍ୟକ୍ତି ବିଶେଷରେ ପରିଗଣିତ ହେବେ।

ବିଛା: କର୍ମକ୍ଷେତ୍ରରେ ମତାନ୍ତର ଘଟିପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କୃଷିକ୍ଷେତ୍ରରୁ ଲାଭ ମିଳିବ। ବିଳାସ-ବ୍ୟସନ କରିବେ। ଶତ୍ରୁ ବିନାଶ କରିବାରେ ସିଦ୍ଧହସ୍ତ ହେବେ। ଧନଭୋଗ ସହିତ ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି।

ଧନୁ: ବହୁ ଶୁଭଫଳ ପ୍ରାପ୍ତିର ସୂଚନା ମିଳୁଛି। ମିତ୍ର ଲାଭ ହେବ। ସୁବର୍ଣ୍ଣାଦିଯୁକ୍ତ ହୋଇପାରନ୍ତି। ସନ୍‍ମାର୍ଗୀ ହେବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବନ୍ଧୁବର୍ଗ ଓ ପ୍ରିୟ ଜନଙ୍କ ସହାୟତା ପାଇବେ। ଅବିବାହିତମାନଙ୍କୁ ମନୋରମା କନ୍ୟା ମିଳିବ।

ମକର: ଅଟକି ଥିବା କାର୍ଯ୍ୟ ଆଗେଇବେ। ବନ୍ଧୁ ସୁଖ ପାଇ ଉତ୍‍ଫୁଲ୍ଲିତ ହେବେ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ତତ୍ପରତା ଧିମେଇ ଯାଇପାରେ। ବହୁଧନର ଅଧିକାରୀ ହୋଇପାରନ୍ତି। ଉତ୍ତମ ବଂଶରୁ କନ୍ୟା ଲାଭ ହୋଇପାରେ।

କୁମ୍ଭ: ଦେବ-ଗୁର-ଗୁରୁଜନଙ୍କୁ ଭକ୍ତି କରିବେ। ଗରିମାମୟ ଜୀବନ ଯାପନ କରିବେ। ତେଜିୟାନ୍‍ ହେବେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ନାନା ସୁନ୍ଦର ବସ୍ତୁ ଲାଭର ସୁଯୋଗ ସୃଷ୍ଟି ହୋଇଛି। ନିଜ ବୁଦ୍ଧିବଳରେ ସମସ୍ତଙ୍କୁ ପରାମର୍ଶ ଦେବେ।

ମୀନ: ଠାକୁର ଆଶୀର୍ବାଦ ପାଇ ଆଶ୍ୱସ୍ତ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସର୍ବଦା ସତ୍‍ପଥ ଅନୁସରଣ କରିବେ। କଥା-ବାର୍ତ୍ତାରେ ଶାଳୀନତା ରକ୍ଷା କରିବେ। ବିବେକୀ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। କୃଷି କାର୍ଯ୍ୟରେ ମନଦେବେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button