March 25, 2023

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା

1 min read
Heavy-Rain-in-Odisha-Aajira-Odisha

ଆଓରି-ଭୁବନେଶ୍ଵର(୩୦/୦୮) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଦୁର୍ବଳ ରହିଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଆଜି ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କିଛି ଜାଗାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଏଥିସହ କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବ ବୋଲି ଅନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର । ଆସନ୍ତା ୨ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.