ରାଜ୍ୟରେ ଆଜି ଆଉ ୮ ହଜାର ୩୧୩ କରୋନା ଆକ୍ରାନ୍ତ ଚିହ୍ନଟ
1 min read
ଆଓରି-ଭୁବନେଶ୍ବର(୩୧/୦୫) : ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୮୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୬୫୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୬୪ ହଜାର ୯୯୭ ଜଣ ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ୯୭୪ ଜଣ ,କଟକ ଜିଲ୍ଲାରୁ ୫୯୩ ଜଣ ରହିଥିବା ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।