ଉପବାଚସ୍ପତି ଭାବେ ନିର୍ବାଚିତ ହେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ
1 min read
ଆଓରି-ଭୁବନେଶ୍ଵର(୨୭/୦୬) : ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଷୋଡ଼ଶ ବିଧାନସଭାର ଉପବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଗୁରୁବାର ଗୃହରେ ଉପବାଚସ୍ପତି ନିର୍ବାଚନ ହୋଇଥିଲା। ବିଜେଡି ପକ୍ଷରୁ ରଜନୀକାନ୍ତ ପ୍ରାର୍ଥୀ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦବୀ ଲାଗି ତାଙ୍କ ନାମ ପ୍ରସ୍ତାବ ଦେଇଥିଲେ। ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ସମର୍ଥନ ଜଣାଇଥିଲେ। ତେବେ ବିଧାନସଭା ଉପବାଚସ୍ପତି ପଦବୀ ଲାଗି ବିଜେଡି ପ୍ରାର୍ଥୀଙ୍କ ବିପକ୍ଷରେ ଆଉ କେହି ପ୍ରାର୍ଥୀ ନ ଥିବାରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂହଙ୍କ ନାମ ଘୋଷଣା କରିଥିଲେ।