March 22, 2023

ପାଟକୁରା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1 min read

ଆଓରି-ଭୁବନେଶ୍ଵର(୧୭/୦୭) : ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲଙ୍କ ପାଇଁ ନିର୍ବାଚନ ପ୍ରଚାରକୁ ବୁଧବାର ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀ ଡେରାବିଶ ବ୍ଲକ ବାରିମୂଳ ହେଲିପ୍ୟାଡ୍‌ରେ ଓହ୍ଲାଇ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ସାବିତ୍ରୀଙ୍କୁ ଭୋଟ ଦେବା ପାଇଁ ସେ ନିବେଦନ କରିଛନ୍ତି। ଏହା ପରେ ମୁଖ୍ୟମନ୍ତ୍ରୀ ଡେରାବିଶ, ଗରଦପୁର ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ୫୧ଟି ପଞ୍ଚାୟରେ ରୋଡ ଶୋ’ କରି ନିର୍ବାଚନୀ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.