ରାଜନୀତିରାଜ୍ୟ

ବାରିପଦା ଗସ୍ତରେ ଯାଉନାହାନ୍ତି ମୁଖ୍ୟମନ୍ତ୍ରୀ

ଆଓରି-ଭୁବନେଶ୍ଵର(୦୫/୦୧) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବାରିପଦା ଆସୁଛନ୍ତି । ଏହି ଗସ୍ତ ଅବସରରେ ସେ କେତେକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରାଯାଇଥିଲେ ମଧ୍ୟ ସେ ସେଠାକୁ ଯାଉନଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ପୁରୀଠାରେ ଆୟୋଜିତ ସ୍ୱୟଂ ସହାୟିକା ଗୋଷ୍ଠୀର ସମାବେଶରେ ଯୋଗ ଦେବେ । ଫଳରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ସହ ରହିବେ ନାହିଁ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଗତଥର ପ୍ରଧାନମନ୍ତ୍ରୀ ଆଇଆଇଟି ଆସିଥିବା ବେଳେ ମୁଖ୍ୟମନ୍ତ୍ରୀ ତାଙ୍କ ସହ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button