March 27, 2023

ରାଜ୍ୟରେ କରୋନା ନେଲା ଆଉ ୩୫ ଜୀବନ

1 min read

ଆଓରି-ଭୁବନେଶ୍ଵର(୨୯/୦୫) :ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁ ନାହିଁ। କରୋନା ଗତ ୨୪ ଘଣ୍ଟାରେ ଆଉ ୩୫ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା। ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ଜୀବନ ଯାଇଥିବା ବେଳେ ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.