March 24, 2023

ଭୁବନେଶ୍ୱର-ଦୁବାଇ ସିଧା ବିମାନ ସେବା ପାଇଁ ହରଦୀପ୍‍ ସିଂ ପୁରୀଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

1 min read

ଆଓରି-ଭୁବନେଶ୍ଵର(୧୮/୦୯) : ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ପର୍ଯ୍ୟନ୍ତ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‍ ସିଂ ପୁରୀଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି । ଭୁବନେଶ୍ୱରରୁ ଦୁବାଇ ଯାତାୟତ କରୁଥିବା ଓଡିଶାର ଯାତ୍ରୀଙ୍କ ସୁବିଧା ତଥା ଓଡିଶାର ବିକାଶରେ ଏହି ଆକାଶପଥରେ ଯୋଗାଯୋଗର ବଡ ଭୂମିକା ରହିଛି। ଏହି ପୃଷ୍ଠଭୂମିରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସ୍ୱତନ୍ତ୍ର ଭାବରେ ହସ୍ତକ୍ଷେପ କରି ଭୁବନେଶ୍ୱର-ଦୁବାଇ-ଭୁବନେଶ୍ୱର ସିଧା ବିମାନ ସଂଯୋଗ ସ୍ଥାପନ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ପୂର୍ବୋଦୟ ଯୋଜନାରେ ପୂର୍ବ ଭାରତରେ ଓଡିଶା ବିକାଶର ପେଣ୍ଠସ୍ଥଳୀ ଭାବରେ ଆଗକୁ ବଢୁଛି। କେନ୍ଦ୍ର ସରକାର ଉଡାନ ଯୋଜନା ମାଧ୍ୟମରେ ଆଂଚଳିକ ସ୍ତରରେ ବିମାନ ଯୋଗାଯୋଗ କ୍ଷେତ୍ରରେ ନୂଆ ସମ୍ଭାବନାର ସୂତ୍ରପାତ କରିଛି। ଏହାସହ ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.