ରାଜ୍ୟ

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ଆଓରି(ତା୨୧|୪)- ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ କାଉଁରିଆପାଳ ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସତ୍ୟବତୀ ସ୍ୱାଇଁ। ଆଜି ସକାଳୁ ସତ୍ୟବତୀ ଶୌଚ ପାଇଁ ବାହାରକୁ ଯାଇଥିବା ବେଳେ ଏକ ହାତୀ ହାବୁଡରେ ପଡିଥିଲେ।

ହାତୀଟି ପାଦରେ ଦଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏକ ହାତୀ ଆଖପାଖ ଅଞ୍ଚଳରେ ବୁଲୁଛି। ତା ଶରୀରର ପଛ ପାଖରେ କ୍ଷତ ଚିହ୍ନ ରହିଛି। ରେଳଧାରଣା ଅତିକ୍ରମ କରୁଥିବା ବେଳେ ଟ୍ରେନ୍ ସହ ହାତୀଟି ପିଟି ହୋଇ ତା ଦେହରେ କ୍ଷେତ ହୋଇଥିବା ବନବିଭାଗ ଅନୁମାନ କରୁଛି।

ଗତ ୮ ଦିନ ମଧ୍ୟରେ ଏହି ଅଞ୍ଚଳରେ ହାତୀ ଆକ୍ରମଣରେ ୭ଜଣଙ୍କ ମୃତ୍ୟୁ ହେଲାଣି ବୋଲି ସୂଚନା ମିଳିଛି।

Related Articles

Leave a Reply

Your email address will not be published. Required fields are marked *

Back to top button