ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ବର୍ଷାର ସମ୍ଭାବନା
1 min read
ଆଓରି-ଭୁବନେଶ୍ଵର(୦୪/୦୯) : ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଦକ୍ଷିଣ ପଶ୍ଚିମ ଆଡ଼କୁ ଅଗ୍ରସର ହେଉଛି । ଏହାର ପ୍ରଭାବରେ ଆଗାମୀ ଆସନ୍ତା ୨୪ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବା ନେଇ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଭାଗ ।
ବିଶେଷ କରି କୋରାପୁଟ, ଗଜପତି, କଳାହାଣ୍ଡି, ବୌଦ୍ଧ, ପୁରୀ, କଟକ, ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସମୁଦ୍ର ଅଶାନ୍ତ ରହିବା ଫଳରେ ମସଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ଲାଗି ବାରଣ କରାଯାଇଛି ।