ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା
1 min read
ଆଓରି-ଭୁବନେଶ୍ଵର(୦୫/୦୮) : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଯାହା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ଠାରୁ ୮ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ଏହା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି ।