ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
1 min read
ଆଓରି-ଭୁବନେଶ୍ଵର(୨୪/୧୦) : ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ରାଜଧାନୀ ଭୁବନେଶ୍ୱରରେ ଗତକାଲି ରାତିରୁ ଏବେ ସୁଦ୍ଧା ବର୍ଷା ଜାରି ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୱେଲ୍ ମାର୍କ ଲୋ’ ପ୍ରେସରରେ ପରିଣତ ହୋଇଥିବାରୁ ଏଭଳି ବର୍ଷା ଜାରି ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ।