March 17, 2023

ଆସନ୍ତା ସପ୍ତାହରେ ପ୍ରବଳ ବର୍ଷା ସମ୍ଭାବନା

1 min read

ଆଓରି-ଭୁବନେଶ୍ୱର(୨୭/୦୭): ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଭାଗ ଓ ଏହାର ଆଖପାଖ ଅଂଚଳରେ ଜୁଲାଇ ୩୧ ପୂର୍ବରୁ ଲଘୁଚାପ ସୃଷ୍ଟି ହୋଇପାରେ। ଫଳ ସ୍ୱରୂପ ଆଗାମୀ ସପ୍ତାହରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଂଳଚିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି।

ଆଗାମୀ ସପ୍ତାହର ପାଗ ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରବିବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ କୋରାପୁଟରେ ବଜ୍ରପାତ ଓ ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେହିପରି ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ଅନୁମାନ କରାଯାଉଛି।

ଜୁଲାଇ ୨୯ ଓ ୩୦ ପାଇଁ ପାଣିପାଗ ବିଭାଗ ୟୋଲୋ ଓ୍ଵାର୍ଣ୍ଣିଙ୍ଗ ଜାରି କରିଛି। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ସୋନପୁର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ନୂଆଁପଡ଼ା, ବରଗଡ଼, ବଲାଙ୍ଗୀର, କଳାହାଣ୍ଡିରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ଜୁଲାଇ ୩୧ରୁ ଅଗଷ୍ଟ ୧ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.