୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୪,୧୫୪ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ
1 min read
ଆଓରି-ନୂଆଦିଲ୍ଲୀ(୦୩/୦୬) :ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୪ ଲକ୍ଷକୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୪,୧୫୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୮୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୪,୪୧,୯୮୬ ଓ ମୃତ୍ୟୁସଂଖ୍ୟା ୩,୩୭,୯୮୯ରେ ପହଞ୍ଚିଛି।