ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା ବନ୍ଦ
1 min read
ଆଓରି-ଭୁବନେଶ୍ଵର(୨୩/୧୨) : ଦିନକୁ ଦିନ ଜୋର ଧରୁଛି ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି । ଏହି ଦାବି ନେଇ ଆସନ୍ତାକାଲି କଳାହାଣ୍ଡି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ଜିଲ୍ଲା ମିଳିତ ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦରେ ଜିଲ୍ଲାର ବିଭିନ୍ନ ରାଜନୈତିକ ଦଳ, ଅଣରାଜନୈତିକ ଦଳ ସାମିଲ ହେବେ । ବନ୍ଦ ଯୋଗୁ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ଶିକ୍ଷାନୁଷ୍ଠାନ ଓ ପରିବହନ ସେବା ମଧ୍ୟ ବନ୍ଦ ରହିବ । ତେବେ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି ।