କର୍ଣ୍ଣାଟକ ବିଧାନସଭା ନିର୍ବାଚନ : ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ
1 min read
ଆଜିର ଓଡିଶା (ତା୯|୪)-କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ପ୍ରଥମ ତାଲିକାରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହି ତାଲିକାରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବି.ଏସ୍ ୟେଦୁରପ୍ପାଙ୍କ ନାମ ବି ରହିଛି । ସେ ଶିକାରପୁରା ବିଧାନସଭା ମଣ୍ଡଳୀରୁ ନିର୍ବାଚନ ଲଢିବେ । ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ପରେ ଏହି ପ୍ରାର୍ଥୀ ତାଲିକା ପ୍ରକାଶ କରାଯାଇଛି । ଏହି ବୈଠକ ପରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ, ୨୦୧୯ ଲୋକସଭା ନିର୍ବାଚନ ପାଇଁ ଋଣନୀତି ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା । ବୈଠକରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ନେଇ ଚର୍ଚ୍ଚା ହୋଇଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ଅଧ୍ୟକ୍ଷ ଅମିତ ଶାହ, ଗୃହ ମନ୍ତ୍ରୀ ରାଜନାଥ ସିଂହ, ବିଦେଶ ମନ୍ତ୍ରୀ ସୁଷମା ସ୍ୱରାଜ, ବିଏସ୍ ୟେଦୁରପ୍ପା, ସାଂସଦ ଶିବରାଜ ସିଂହ ଚୌହାନ, କେନ୍ଦ୍ରୀୟ ମନ୍ତ୍ରୀ ଅନନ୍ତ କୁମାରଙ୍କ ସମେତ ଦଳର ଅନ୍ୟ ବରିଷ୍ଠ ନେତା ଉପସ୍ଥିତଥିଲେ ।