March 27, 2023

୨୪ ଘଣ୍ଟା ଭିତରେ ଓଡିଶା ପ୍ରବେଶ କରିବ ମୌସୁମୀ

1 min read

ଆଓରି-ଭୁବନେଶ୍ଵର(୨୦/୦୬) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ୧୦ ଜିଲାରେ ଶୁକ୍ରବାରଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଯାଜପୁର, ନୟାଗଡ଼ ଓ ଭଦ୍ରକ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.