May 21, 2022

ସ୍ଵାଧୀନତା ଦିବସ‌ ଏବଂ ଜାତୀୟ ପତାକା

1 min read
Aajira-Odisha

Flag of India flying over the Red Fort in Delhi Aajira Odisha

ସ୍ଵାଧୀନତା ଦିବସ‌ ହେଉଛି ଭାରତର ଏକ ଜାତୀୟ ଦିବସ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ଵତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧିନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ଵାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।

୧୯୪୬ରେ, ବ୍ରିଟେନର ଶ୍ରମିକ ସରକାର ୨ୟ ବିଶ୍ଵଯୁଦ୍ଧରେ ବ୍ୟସ୍ତ ହୋଇ ପଡ଼ିଥିଲେ ଓ ନିଜ ଦେଶ ଓ ବିଦେଶୀ ସହଯୋଗ ତଥା ଭାରତୀୟ ସେନାର ସହଯୋଗରେ ମାତିଉଠିଥିବା ଭାରତୀୟମାନଙ୍କୁ ଦମନ କରିବାର ଆଶା ହରାଇଥିଲେ । ଏଣୁ ସେମାନେ ଭାରତରେ ଫିରିଙ୍ଗି ଶାସନର ଅନ୍ତ କରିବାକୁ ସିଦ୍ଧାନ୍ତ ନେଲେ ଓ ୧୯୪୭ର ଆରମ୍ଭରେ ୧୯୪୮ ଜୁନ ଆଗରୁ ବ୍ରିଟେନ ଭାରତରୁ ଶାସନ ଫେରାଇଆଣିବାର ସିଦ୍ଧାନ୍ତ ପୋଷଣ କଲା ।ଭାରତ ଏକ ସାର୍ବଭୌମ ଧର୍ମନିରପେକ୍ଷ ଓ ଗଣତାନ୍ତ୍ରିକ ରାଷ୍ଟ୍ର ବୋଲି କୁହାଯାଏ। ସେହି ଦେଶ ନାଗରିକମାନଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେଇ ଥାଏ।

ଜାତୀୟ ପତାକା

ଭାରତୀୟ ସ୍ବାଧିନତା କ୍ରାନ୍ତି ସମୟରେ ଅନେକ ରାଜଚିତ ଅବସ୍ଥା ଓ ସମୟସୀମା ମଧ୍ୟରେ ଭାରତୀୟ ପତାକାର ନକ୍ସା ବହୁତ ପରିବର୍ତନ ଦେଇ ଗତି କରିଥିଲା।୧୮୫୭ ମସିହା ବିଦ୍ରୋହ ସମୟରେ ଭ୍ରାତାରେ ପ୍ରଥମକରି ଏକ ଇଂରେଜ ଶାସକଙ୍କଦ୍ଵାରା ଏକକୀୟ ପତାକା ନିର୍ମାଣର ପ୍ରସ୍ତାବ ଆସିଥିଲା। ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ଵାରା ପ୍ରସ୍ତୁତ ହୋଇଥିଲା ।

ଅତୀତରେ ବହୁ ପରିବର୍ତ୍ତନ ଘଟିବା ପରେ ଶେଷରେ ସ୍ୱାଧୀନ ଭାରତର ଜାତୀୟ ପତାକା ଭାବେ ତ୍ରିରଙ୍ଗାକୁ ଗ୍ରହଣ କରାଯାଇଛି । ଭାରତର ପ୍ରଥମ ଜାତୀୟ ପତାକା ୭ ଅଗଷ୍ଟ ୧୯୦୬ରେ କଲକାତାସ୍ଥିତ ପାର୍ସି ବାଗାନ ଛକ (ଗ୍ରୀନ ପାର୍କ)ରେ ଉତ୍ତୋଳନ କରାଯାଇଥିବା କୁହାଯାଏ । ସେତେବେଳେ ଏହି ପତାକାର ରଙ୍ଗ ଲାଲ, ହଳଦି ଓ ସବୁଜ ଥିଲା । ଦ୍ୱିତୀୟ ଜାତୀୟ ପତାକା ଜର୍ମାନୀର ଷ୍ଟୁଟଗାର୍ଟ ସହରରେ ୨୨ ଅଗଷ୍ଟ ୧୯୦୭ରେ ଉତ୍ତୋଳନ କରାଯାଇଥିଲା । ଏହାକୁ ସେତେବେଳେ ସପ୍ତର୍ଷି ପତାକା କୁହାଯାଉଥିଲା । ୧୯୦୬ ପତାକାଠାରୁ ଦେଖିବାକୁ ଏହା ଟିକେ ଭିନ୍ନ ଥିଲା । ଏହି ପତାକାର ଉପରେ ପଦ୍ମ ଚିହ୍ନ ଓ ସପ୍ତର୍ଷିଙ୍କୁ ଦର୍ଶାଉ ଥିବା ୭ଟି ତାରା ଥିଲା । ୧୯୧୭ରେ ୩ୟ ଥର ପାଇଁ ପତାକାର ପରିବର୍ତ୍ତନ ହୋଇଥିଲା । ଡ. ଆନିବେଶାନ୍ତଙ୍କ “ହୋମ ରୁଲ୍‍’ ଆନ୍ଦୋଳନ ସମୟରେ ପତାକାର ରଙ୍ଗ ଲାଲ ଓ ସବୁଜ ରଙ୍ଗ ଥିଲା । ୧୯୨୧ ମସିହାରେ ଆନ୍ଧ୍ର ପ୍ରଦେଶର ବିଜୟୱାଡାରେ ଜାତୀୟ କଂଗ୍ରେସ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ପିଙ୍ଗଳି ଭେଙ୍କୟା ନାମକ ଆନ୍ଧ୍ର ପ୍ରଦେଶର ଜଣେ ଯୁବକ ଭାରତୀୟ ଜାତୀୟ ପତାକାର ଏକ ଡିଜାଇନ ପ୍ରସ୍ତୁତ କରି ମହାତ୍ମା ଗାନ୍ଧୀଙ୍କୁ ପ୍ରଦାନ କରିଥିଲେ ।

ଏହି ପତାକାରେ ଲାଲ ଓ ସବୁଜ ଏହିପରି ୨ଟି ରଙ୍ଗ ଥିଲା । ଏହି ଦୁଇ ରଙ୍ଗ ହିନ୍ଦୁ ଓ ମୁସଲମାନ୍‍ ଦୁଇ ପ୍ରମୁଖ ଧର୍ମର ପ୍ରତୀକ ଥିଲା । ତେବେ ଏହି ଦୁଇ ସମ୍ପ୍ରଦାୟକୁ ଛାଡି ଅନ୍ୟ ଧର୍ମାବଲମ୍ବିଙ୍କ ପାଇଁ ମଝିରେ ଧଳା ରଙ୍ଗ ଦେବାକୁ ଗାନ୍ଧିଜୀ ପ୍ରସ୍ତାବ ଦେଇଥିଲେ । ୧୯୩୧ରେ କେଶରୀ, ଧଳା ଓ ସବୁଜ ରଙ୍ଗରେ ଜାତୀୟ ପତାକା ତିଆରି କରାଯାଇଥିଲା । ପତାକାର ମଝିରେ ଅରଟ ଚିହ୍ନ ଥିଲା । ତେବେ ଏହି ପତାକାର ପରିବର୍ତ୍ତନ କରାଯାଇଥିଲା । ଶେଷରେ ପତାକାର ଶୀର୍ଷ ଭାଗରେ କେଶରୀ, ମଝିରେ ଧଳା ଓ ନିମ୍ନ ଭାଗ ଘନ ସବୁଜ ରଙ୍ଗ ଓ ସମସ୍ତ ରଙ୍ଗ ସମାନ ପ୍ରକାକାର ଆୟତନରେ ସଜ୍ଜିତ ହେବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା । ପତାକାର ମଝିରେ ୨୪ଟି ଅର ବିଶିଷ୍ଟ ନୀଳ ରଙ୍ଗର ଚକ୍ର ରହିବା ଆବଶ୍ୟକ । ଏହି ଆକୃତିର ପତାକାକୁ ୨୨ ଜୁଲାଇ ୧୯୪୭ରେ ସାମ୍ବିଧାନିକ କମିଟି ଗ୍ରହଣ କରି ନେଇଥିଲା । ସେହିଦିନ ଠାରୁ ଭାରତର ଜାତୀୟ ପତାକାକୁ ତ୍ରିରଙ୍ଗା କୁହାଯାଉଛି ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.