ଆସନ୍ତା ୧୮ରୁ ଯୁକ୍ତ ୨ ଇନଷ୍ଟାଣ୍ଟ ପରୀକ୍ଷା
1 min read
ଆଓରି-ଭୁବନେଶ୍ୱର(୨୫/୦୬): ଜୁଲାଇ ୧୮ରୁ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଇନଷ୍ଟାଣ୍ଟ ପରୀକ୍ଷା । ଜୁଲାଇ ୨ ଓ ୩ରେ ପରୀକ୍ଷା ଫି ଦାଖଲ କରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୭ରୁ ଜୁଲାଇ ୧ ମଧ୍ୟରେ ଛାତ୍ରଛାତ୍ରୀ ଅନଲାଇନରେ ଫର୍ମ ପୂରଣ କରିପାରିବେ ।
ଜୁଲାଇ ୧୮ରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗର ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ । ଅନ୍ୟପକ୍ଷରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ଉତ୍ତର ଖାତାଗୁଡିକର ପୁନର୍ମୂଲ୍ୟାୟନ ଓ ପୁନଃଯାଞ୍ଚ ଲାଗି ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି । ଜୁଲାଇ ୯ ଭିତରେ ଛାତ୍ରଛାତ୍ରୀ ଅନଲାଇନରେ ଆବେଦନ କରିପାରିବେ ।