କଳା ଓ ସଂସ୍କୃତିବିଶେଷ

ଓଡିଆ ନୂଆ ବର୍ଷ , ମହା ବିଷୁବ ସଂକ୍ରାନ୍ତିର ମହତ୍ୱ

ଆଓରି(ତା୧୩|୪)-   

ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତିଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ ।] ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ । ଛତୁଆଦହିଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ଚଣ୍ଡି, ସାରଳାବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ଏହି ଦିନ ମାସେ ଧରି ଚାଲିଥିବା ଦଣ୍ଡ ନାଟର ଶେଷ ହୁଏ ଯାହାକି ମେରୁ ଯାତ ଭାବରେ ପାଳନ କରାଯାଏ । ବେଲ ପଣା ଓ ଛତୁଆ ସହ ଓଡ଼ିଆମାନେ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ପର୍ବକୁ ଚଡ଼କପର୍ବ ଭାବେ ପାଳନ କରିଥାନ୍ତି ।ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ଵତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି ।ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି । ବିଭିନ୍ନ ଦୃଷ୍ଟିରୁ ବିଚାର କଲେ ଜଣାଯାଏ ଯେ ମହାବିଷୁବ ସଂକ୍ରାନ୍ତି ଆମର ଏକ ବିଶିଷ୍ଟ ପର୍ବ । ଏହି ପର୍ବ ଆମର ସାମାଜିକ, ଆଧ୍ୟାତ୍ମିକ ଓ ପାରିବାରିକ ଭିତ୍ତିଭୁମିକୁ ସୁଦୃଢ଼ ଏବଂ ପୁଷ୍କଳ କରିଛି ।

ପ୍ରସ୍ତୁତ ସାମଗ୍ରୀ:- ୧ ଗୋଟି ପାଚିଲା ବେଲ,୨୫୦ ଗ୍ରାମ ଗୁଡ଼,ଟିକେ ଗୋଲମରିଚ ଗୁଣ୍ଡ,୨୫୦ ଗ୍ରାମ ଦହି,୫୦ ଗ୍ରାମ ଛେନା,୩-୪ଟି ପାଚିଲା କଦଳୀ ପ୍ରସ୍ତୁତ ପ୍ରଣାଳୀ ,ବେଲରୁ ଶସ ବାହାର କରି ତାକୁ ଦହିଗୁଡ଼ଛେନା କଦଳୀ ଆଦି ସେଥିରେ ଚକଟି ଏହା ତିଆରି କରାଯାଇଥାଏ ।

Related Articles

Leave a Reply

Your email address will not be published. Required fields are marked *

Back to top button