ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ
1 min read
ଆଓରି-ଭୁବନେଶ୍ଵର(୧୮/୦୬) : ଆସନ୍ତାକାଲି ପ୍ରକାଶ ପାଇବ ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେସନ୍ (ଓଜେଇଇ) ପରୀକ୍ଷା ଫଳ । ଚଳିତ ବର୍ଷ ଅଫଲାଇନରେ ୨୫ ହଜାର ୭୩୧ ଜଣ ପିଲା ପରୀକ୍ଷା ଦେଇଥିଲେ । ଅନ୍ୟପଟେ ଅନ୍ଲାଇନରେ ୧୩ ହଜାର ୯୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।
ତେବେ ଆସନ୍ତାକାଲି ଉଭୟ ଅନଲାଇନ ଓ ଅଫ୍ଲାଇନ ରେଜଲ୍ଟ ପ୍ରକାଶ ପାଇବ । ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ ପରୀକ୍ଷା ଫଳ । ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।