March 28, 2023

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

1 min read
PM-Narendra-Modi-Gave-Tribute-Aajira-Odisha

ଆଓରି-ନୂଆଦିଲ୍ଲୀ(୧୬/୦୮) : ଶୁକ୍ରବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ନୂଆଦିଲ୍ଲୀସ୍ଥିତ ‘ସଦୈବ ଅଟଳ’ ସ୍ମାରକୀରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପିର କାର୍ଯ୍ୟକାରୀ ସଭାପତି ଜେ.ପି. ନଡ୍ଡା ପ୍ରମୁଖ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ସେଠାରେ ବାଜପେୟୀଙ୍କ ପାଳିତା କନ୍ୟା ନମିତା କୌଲ ଭଟ୍ଟାଚାର୍ଯ୍ୟ, ନାତୁଣୀ ନିହାରିକା ପ୍ରମୁଖ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟ ୧୬ରେ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ ଘଟିଥିଲା। ସେ ପ୍ରଧାନମନ୍ତ୍ରୀ ହେବାରେ ବିଜେପିର ପ୍ରଥମ ନେତା ଥିଲେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.