ରାଜ୍ୟ

ସାଲେପୁର ପୀଡ଼ିତାଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ

ଆଓରି(ତା୩୦|୪)-ସାଲେପୁରର ୬ ବର୍ଷର ବଳାତ୍କାର ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଥିଲେ। ଘଟଣାକୁ ଦୁର୍ଭାଗ୍ୟପୂର୍ଣ୍ଣ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ପୀଡ଼ିତାଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇ ଦିଆଯାଇଥିଲା। ଅଭିଯୁକ୍ତକୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button