ରାଜ୍ୟ ଲଳିତ କଳା ଏକାଡେମୀର ନୂତନ ସଭାପତି ହେଲେ ସୁଦର୍ଶନ ପଟ୍ଟନାୟକ
1 min read
ଆଓରି-ଭୁବନେଶ୍ଵର(୧୯/୯) : ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ରାଜ୍ୟ ଲଳିତ କଳା ଏକାଡେମୀର ନୂତନ ସଭାପତି ଭାବେ ନିଯୁକ୍ତ କରାଯାଇଛି। ବୁଧବାର ଦିନ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନାଯୋଗ୍ୟ ଯେ, ପୂର୍ବରୁ ଏହି ପଦବୀରେ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ ପଦ୍ମବିଭୂଷଣ ଡ. ରଘୁନାଥ ମହାପାତ୍ର ଥିଲେ। ରାଜ୍ୟସଭାକୁ ରାଷ୍ଟ୍ରପତିଙ୍କ ଦ୍ଵାରା ମନୋନୀତ ହେବା ପରେ ସେ ଏହି ପଦବୀରୁ ଇସ୍ତଫା ଦେଇଥିଲେ। ବର୍ତ୍ତମାନ ରାଜ୍ୟ ସରକାର ସୁଦର୍ଶନ ପଟ୍ଟନାୟକଙ୍କୁ ନିଯୁକ୍ତି ଦେଇଛନ୍ତି।