ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ୮ଟି ଜିଲାରେ ସ୍କୁଲ ଛୁଟି ଘୋଷଣା
1 min read
ଆଓରି-ଭୁବନେଶ୍ଵର(୨୪/୧୦) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି ଯାହାର ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗିରହିଛି। ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ ତଳିଆ ଅଞ୍ଚଳରେ ସ୍ଥିତି ବେହାଲ ହେବାରେ ଲାଗିଛି। କେତେକ ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବର୍ଷାର ପରିମାଣ ଆହୁରି ବଢିବା ସହ ଫଳରେ ବିଭିନ୍ନ ଜିଲ୍ଲାରେ ସ୍ଥିତି ସଙ୍ଗୀନ ହୋଇପଡ଼ିଛି । ବର୍ଷାକୁ ଆଖି ଆଗରେ ରଖି ଆଗୁଆ ପଦକ୍ଷେପ ନେବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୮ ଜିଲାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଏହି ଜିଲାଗୁଡିକ ହେଲା ଗଂଜାମ, ଗଜପତି,ଭଦ୍ରକ,ଢେଙ୍କାନାଳ,କଟକ,କେନ୍ଦ୍ରାପଡା,ପୁରୀ ଓ ଯାଜପୁର। ଯାଜପୁର ଜିଲ୍ଲାରେ ଆଜି ଓ କାଲି ୨ ଦିନ ସ୍କୁଲ, ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି। ଅନ୍ୟ ଜିଲାମାନଙ୍କରେ ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ସ୍ଵତନ୍ତ୍ର ରିଲିଫ କମିଶନର ଘୋଷଣା କରିଛନ୍ତି।ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ଏହି ବର୍ଷା ଲାଗି ରହିବ । ବିଶେଷକରି କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲା ମାନଙ୍କରେ ବିପର୍ୟ୍ୟୟର ମୁକାବିଲା ପାଇଁ ସଜାଗ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ବେହାଲ ହୋଇପଡ଼ିଛି। ଭୁବନେଶ୍ବର ଏବଂ କଟକରେ ରାସ୍ତାରେ ପ୍ରବଳ ପାଣି ଜମିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।