ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
1 min read
ଆଓରି-ଭୁବନେଶ୍ଵର(୧୨/୭) : ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗୁରୁବାର ପୂର୍ବାନୁମାନ କରିଛି। କେନ୍ଦ୍ରାପଡ଼ା, ଝାରସୁଗୁଡ଼ା,ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, କଟକ, ପୁରୀ, ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ନୟାଗଡ଼, ଖୋର୍ଦ୍ଧା, ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଏହି ଜିଲ୍ଲାର ଅଧିବାସୀମାନଙ୍କୁ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ଗତକାଲି ବାଲେଶ୍ୱରରେ ସର୍ବାଧିକ ତାପମାତ୍ରା ୩୪.୨ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୨୦.୫ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ରାୟଗଡ଼ା, ବାଲେଶ୍ୱର, ଝାରସୁଗୁଡା, କୋରାପୁଟ, ମୟୂରଭଞ୍ଜ, ଢ଼େଙ୍କାନାଳ, ସମ୍ବଲପୁର, ଖୋର୍ଦ୍ଧା, କଳାହାଣ୍ଡି, କେନ୍ଦୁଝର, ବଲାଙ୍ଗୀର ଓ ଭଦ୍ରକ ଆଦି ସ୍ଥାନରେ ବର୍ଷା ହୋଇଥିଲା।