ରାଜ୍ୟ

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଆ.ଓ.ରି(ତା୨୪|୫)-ରାଜ୍ୟରେ କାଳବୈଶାଖୀ ସତର୍କତା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏହି ସମୟରେ ଘଣ୍ଟାପ୍ରତି ୪୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ ମଧ୍ୟ କରିଛି ପାଣିପାଗ ବିଭାଗ। ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ହୋଇଥିଲା। ସେପଟେ ଗତକାଲି ଟିଟଲାଗଡରେ କିନ୍ତୁ ପାରଦ ୪୧.୫ ଡିଗ୍ରୀ ରହିଥିବାବେଳେ ବଲାଙ୍ଗିରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button