ରାଶିଫଳ

ଆଜିର ରାଶିଫଳ

ମେଷ: ଭାଗ୍ୟବାନ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହୋଇପାରେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବା ଆଶାକରାଯାଏ।

ବୃଷ: ଯୋଗାଯୋଗରେ ସୁଫଳ ମିଳିବ। ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ରଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ମିଥୁନ: ଧର୍ମ କାର୍ଯ୍ୟରେ ମନ ବଳାଇ ପାରନ୍ତି। ବହୁମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ଆକୃଷ୍ଟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।

କର୍କଟ: ଆଗକୁ କ’ଣ କରିବେ। ଏଥିପାଇଁ ଚିନ୍ତାରେ ପଡିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶତ୍ରୁକୁ ପରାଜିତ କରିବାରେ ସକ୍ଷମ ହେବେ। ବହୁ ଶୁଭଫଳ ମିଳିବା ସୁନିଶ୍ଚିତ।

ସିଂହ: ଆତ୍ମ ବିଶ୍ୱାସ ଦୃଢ଼ତର ହେବ। ବିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ। ତେଜସ୍ୱୀ ହେବେ।

କନ୍ୟା: ପ୍ରତ୍ୟେକ କାର୍ଯ୍ୟ ଭାବି ଚିନ୍ତି କରିବାକୁ ପଡ଼ିବ। ଜଣେ ସଂଗଠକ ଭାବେ ସୁନାମ ଅର୍ଜନ କରିବେ। ଉଦାର ସ୍ୱଭାବର ହେବେ। ଦାନ-ଧର୍ମକୁ ଆପଣେଇ ନେଇ ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ତୁଳା: ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମିଠାକଥା କହି ଜନ ସମାଜର ଆଦରଣୀୟ ହେବେ। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି।

ବିଛା: ବ୍ୟବସାୟ ଲାଭଜନକ ହେବ। ଆଶାବାଦୀ ହୋଇପାରନ୍ତି। ପରମ ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ମିତ୍ର ସୁଖ ମିଳିବ।

ଧନୁ: ଉପୁଜି ଥିବା ଜଟିଳ ସମସ୍ୟାର ସମାଧାନ କରି ଆଶ୍ୱସ୍ତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ରଣକୁଶଳୀ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ଲାଭର ସୂଚନା ମିଳୁଛି। ବିଦ୍ୱାନ ଓ ଶାସ୍ତ୍ରଜ୍ଞରେ ପରିଗଣିତ ହେବେ।

ମକର: ବ୍ୟବସାୟରେ ସ୍ୱଳ୍ପ ମାତ୍ରାର ଲାଭ ମିଳିବ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମଧୁରଭାଷୀ ହେବେ। ସାହସୀ ଓ ଜ୍ଞାନୀ ହେବେ।

କୁମ୍ଭ: ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବ୍ୟବସାୟ ଲାଭଜନକ ହେବ। ଅସାଧ୍ୟ ସାଧନ କରିପାରନ୍ତି। ଜଣେ କରିତ୍‍କର୍ମୀ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ।

ମୀନ: ଖସି ଯାଉଥିବା କାର୍ଯ୍ୟ ହାତକୁ ଆଣିବାକୁ ସକ୍ଷମ ହେବେ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭପ୍ରଦ ହେବ। ଯଶ ଅର୍ଜନ କରିବେ। ନିଜ ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ରହିବ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button