ରାଶିଫଳ

ଆଜିର ରାଶିଫଳ

ମେଷ: ସନ୍ତାନ ସୁଖ ମିଳିପାରେ। ଆୟ ବୃଦ୍ଧିର ସୁଯାଗ ସୃଷ୍ଟି ହୋଇଛି। କାର୍ଯ୍ୟରେ ସଫଳତା ଲାଭ କରିବେ। ପାରିବାରିକ ସୁଖ ମିଳିବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଲୋକପ୍ରିୟତା ଅର୍ଜନ କରିପାରନ୍ତି।

ବୃଷ: ଜିରା ଖାଇ ଯାତ୍ରା କଲେ ସଫଳତା ମିଳିବ। ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। କାର୍ଯ୍ୟର ସଫଳ ରୂପାୟନ କରିବାରେ ସକ୍ଷମ ହେବେ।

ମିଥୁନ: ଉପୁଜି ଥିବା ଅଶାନ୍ତି ଦୂର ହେବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆନନ୍ଦ- ଉଲ୍ଲାସ ମଧ୍ୟରେ ଦିନଟି ଅତିବାହିତ ହୋଇପାରେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କର୍କଟ: ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡ଼ିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି। ଭାଗ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିପାରେ। ଶତ୍ରୁ ଆପଣା ଛାଏଁ ଆଡ଼ହୋଇ ଯିବେ।

ସିଂହ: ନୂତନ କର୍ମରେ ଯୋଗଦେଇ ଖୁସି ହୋଇପାରନ୍ତି। ମନରେ ପ୍ରସନ୍ନତା ଦେଖା ଦେବ। ସନ୍ତାନ ସୁଖ ମିଳିବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ଯଶସ୍ୱୀ ହେବେ। ପତ୍ନୀଙ୍କ କଥାରେ ଚାଲିବେ।

କନ୍ୟା: ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ। ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ ହେବ। ପ୍ରୀତି ଲାଭ କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ। ଅନୁଗୃହୀତ ହେବେ।

ତୁଳା: ଚିନ୍ତାଗ୍ରସ୍ତ ହୋଇପାରନ୍ତି। କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ହୋଇପାରେ। ଚଞ୍ଚଳ ଚେଷ୍ଟିତ ହେବେ। କନ୍ୟା, ପୁତ୍ର, ପୌତ୍ର, ପ୍ରପୌତ୍ରାଦି ଲାଭ କରିପାରନ୍ତି। ଯେକୌଣସି ସୂତ୍ରରୁ ଧନାଗମର ସୂଚନା ମିଳୁଛି। ପରାକ୍ରମଶାଳୀ ଓ ବହୁପୋଷକ ହେବେ।

ବିଛା: ଆୟ ବୃଦ୍ଧିର ସୂଚନା ମିଳୁଛି। ପାରିବାରିକ ସୁଖ ଅବ୍ୟାହତ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଗୃହର ପରିବେଶ ପ୍ରଦୂଷଣମୁକ୍ତ ହେବ। କୃଷିକର୍ମରେ ତତ୍ପରତା ପ୍ରକାଶ କରିବେ। ଯାନବାହନ ସୁଖ ମିଳିବ। ଶ୍ରଦ୍ଧାର ପାତ୍ର ହେବେ।

ଧନୁ: ପ୍ରଶଂସା ଲାଭ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପାରିବାରିକ ସୁଖ ଅବ୍ୟାହତ ରହିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସାମର୍ଥ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ସରକାରୀ ଅନୁଦାନ ପ୍ରାପ୍ତିର ସୁଯୋଗ ଅଛି। ନବବସ୍ତ୍ର ପ୍ରାପ୍ତ ହେବେ।

ମକର: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଧନାଗମ ହେବ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ନୀତିଜ୍ଞ ହେବେ। ଚଞ୍ଚଳମନା ହୋଇପାରନ୍ତି। କୀର୍ତ୍ତିମାନ ହେବେ। ମନ ପ୍ରସନ୍ନ ରହିବ। ପତ୍ନୀଙ୍କ ସ୍ୱାସ୍ଥ୍ୟ ପାଇଁ ବ୍ୟବସ୍ଥା କରିବାକୁ ପଡ଼ିବ। ମନ ଚଞ୍ଚଳ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ପାରିବାରିକ ସୁଖ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିିଳିବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମୀନ: ଅନେକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି। କାର୍ଯ୍ୟ ହାସଲ କରି ଆତ୍ମ ସନ୍ତୋଷ ଲାଭ କରିପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଷ୍ଟଭାଷୀ ଭାବେ ଶତ୍ରୁକୁ ବଶ କରି ଆଶ୍ୱସ୍ତ ହେବେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button