April 16, 2024

ଆଜିର ରାଶିଫଳ

1 min read
Aajira-Odisha

ମେଷ: ମାନସିକ ସ୍ତରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ। ଅନୁତପ୍ତ ହୋଇପାରନ୍ତି। ଏହା ସୂର୍ଯ୍ୟ ଉଦୟ ବେଳାର ଘଟଣା ହୋଇଥିବାବେଳେ ପରେପରେ ଆକସ୍ମିକ ଧନଲାଭ ହେବ। ଚଞ୍ଚଳ ଚେଷ୍ଟିତ ହେବେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ବୃଷ: ଆଗାମୀ କାର୍ଯ୍ୟର ମାର୍ଗ ଉନ୍ମମୁକ୍ତ ରହିଛି। ଉଦାର ସ୍ୱଭାବ ସମ୍ପନ୍ନ ହେବେ। ଦାନ ଦେଇ ଆତ୍ମ ତୃପ୍ତି ଲାଭ କରିବେ। ସୁଖୀ ହେବେ। ବ୍ୟକ୍ତି ବିଶେଷରେ ପରିଗଣିତ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି କର୍ମଦକ୍ଷ ହୋଇପାରନ୍ତି।

ମିଥୁନ: ବ୍ୟବସାୟ ଲାଭଜନକ ହେବ। ସାଧାରଣ କ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଧର୍ମଭାବନାରେ ବୁଢ଼ି ରହିବେ। ମଧୁରଭାଷୀ ହେବେ। ଥଣ୍ଡା କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି। ବିବାଦରେ ବିଜୟୀ ହେବେ।

କର୍କଟ: ଭୁଲ ସିଦ୍ଧାନ୍ତ ନେଲେ ଖର୍ଚ୍ଚାନ୍ତ ହେବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଭାଗ୍ୟର ପରିବର୍ତ୍ତନ ଘଟିବ। ବିଭିନ୍ନ ଦିଗରୁ ଧନାଗମ ହେବ। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ପାଇପାରିବେ।

ସିଂହ: ଉନ୍ନୟନ କାର୍ଯ୍ୟରେ ମନୋନିବେଶ କରିବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସ୍ୱାଦିଷ୍ଟ ଭୋଜନ ମିଳିବ। ସ୍ୱାସ୍ଥ୍ୟବାନ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ। ମୋକଦ୍ଦମାରେ ଜିଣି ଅର୍ଥ ପାଇବେ।

କନ୍ୟା: ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କାର୍ଯ୍ୟରେ ସାମୟିକ ଭାବେ ଅଟକି ଯାଇ ପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମଧୁରଭାଷୀ ହେବେ। ଧାର୍ମିକ ପ୍ରକୃତିର ହେବେ। ସାହସୀ ଓ ଜ୍ଞାନୀ ହେବେ।

ତୁଳା: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ବୃଦ୍ଧି ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ। କାର୍ଯ୍ୟର ସଫଳ ହେବେ।

ବିଛା: ପିଲାମାନଙ୍କ କାର୍ଯ୍ୟ କଳାପ ଆନନ୍ଦଦାୟକ ହେବ। ପରିଶ୍ରମର ଉପଯୁକ୍ତ ପାରିଶ୍ରମିକ ମୂଲ୍ୟ ପାଇବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ପରିବାରର ମୁଖ୍ୟ ହେବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ।

ଧନୁ: ବାହ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଈଶ୍ୱର ନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସରେ ଦିନଟି ବିତାଇ ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା ଓ ବିଦ୍ୱାନ୍‍ ହେବେ।

ମକର: ଅପକର୍ମ ପାଇଁ ଅନୁତପ୍ତ ହେବେ। ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ।

କୁମ୍ଭ: ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭ ଜନକ ହେବ। କାର୍ଯ୍ୟରେ ସଫଳତା ମିଳିବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ନିଜେ କରିଥିବା କାର୍ଯ୍ୟ ପାଇଁ ଗର୍ବିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି। ପତ୍ନୀଙ୍କ ଦ୍ୱାରା ପରିଚାଳିତ ହେବ।

ମୀନ: ପୂର୍ବରୁ ଦେଖା ଦେଇଥିବା ବିବାଦର ସମାଧାନ ହେବ। ମନରେ ଦୁର୍ଭାବନା ଜାତ ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହୋଇପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.