ରାଶିଫଳ

ଆଜିର ରାଶିଫଳ

ମେଷ : ଆଜି ଚନ୍ଦ୍ରଙ୍କ ସପ୍ତମ କେନ୍ଦ୍ରରେ ରାଶ୍ୟାଧିପ ମଙ୍ଗଳ ପାରିବାରିକ ସମସ୍ୟାର ଅନ୍ତ ଘଟାଇବ । ବିବାଦର ସମାଧାନ ସାଙ୍ଗକୁ ଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ସପ୍ତମସ୍ଥ ଶୁକ୍ରଙ୍କ ସ୍ଵଗୃହୀ ପ୍ରଭାବରୁ ଉନ୍ନତ ରହିବ।

ବୃଷ : ରାଶି ପ୍ରତି ମଙ୍ଗଳଙ୍କ ଚତୁର୍ଥ ଦୃଷ୍ଟି ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପ୍ରତିଯୋଗିତା ପ୍ରଭୃତିରେ ସଫଳତା ପ୍ରଦାନ କରିବେ। କୌଣସି ଯାନ୍ତ୍ରିକ ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ : ଶନିଙ୍କ ଦୃଷ୍ଟି ଆପଣଙ୍କୁ ନିରୁତ୍ସାହିତ କରି ଅବସାଦ ଯୁକ୍ତ କରାଇପାରେ । ଅବଶ୍ୟ କାର୍ଯ୍ୟରେ ବିଫଳତା ଓ ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ ମନସ୍ତାପ କରିବେ । ଅବଶ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ ।

କର୍କଟ : ବନ୍ଧୁମାନଙ୍କ ଆଦର, ଗୌରବ ଓ କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ଵାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ ଚତୁର୍ଥସ୍ଥ ଶୁକ୍ର ଜନିତ କଳ୍ପନା ବିଳାସୀ ହୋଇପାରନ୍ତି। ଘରେ ନ ଥିବା ସମୟରେ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।

ସିଂହ : ରାଶିରେ ଚନ୍ଦ୍ର ଓ ତୃତୀୟସ୍ଥ ଶୁକ୍ର ପ୍ରଭାବରେ ଆପଣ ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିିବା ଯୋଗ ରହିଛି।
କନ୍ୟା : ଶୁକ୍ରଙ୍କ ସ୍ଥିତି ଜନିତ ମନର ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।
ତୁଳା : ସ୍ଵାସ୍ଥ୍ୟ ଭଲ ରହିବା ସାଙ୍ଗକୁ ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ। ତଥାପି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା : ମଙ୍ଗଳଙ୍କ ପ୍ରତି ରାଶିସ୍ଥ ଶନିଙ୍କ ଦୃଷ୍ଟି ଆପଣଙ୍କୁ ନୈରାଶ୍ୟଜନକ ସ୍ଥିତିରୁ ମାନସିକ କଷ୍ଟ ପ୍ରଦାନ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କଚେରି ମାମଲା କିମ୍ବା ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।
ଧନୁ : ଅଷ୍ଟମସ୍ଥ ରାହୁ ଚନ୍ଦ୍ରଙ୍କ ପୃଷ୍ଠଦେଶରେ ଅବସ୍ଥାନ କରି ମନକୁ ଶଙ୍କାକୁଳ ରଖିବ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ। ଅଯଥା ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ।
ମକର : ମଙ୍ଗଳଙ୍କ ପ୍ରଭାବରେ ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ । ଆଜି ସକାଳୁ ସକାଳୁ ଯାତ୍ରା ଓ ବିବାଦରେ ସତର୍କତା ଅବଲମ୍ବନ କରନ୍ତୁ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ।
କୁମ୍ଭ : ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ସାହାଯ୍ୟ, ସହଯୋଗ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ସଭାସମିତିରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ମୀନ : ସ୍ଵାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଅଷ୍ଟମସ୍ଥ ଶୁକ୍ର ଆପଣଙ୍କୁ ଭୋଗବିଳାସ ପ୍ରତି ଆକୃଷ୍ଟ କରାଇବ। କଳା, ସାହିତ୍ୟ ତଥା ସାମ୍ବାଦିକତା କ୍ଷେତ୍ରରେ ହାତପାହାନ୍ତାରେ ସୁଯୋଗ ପାଇବେ। ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button