ମେଷ : ରାହୁଙ୍କ ପ୍ରଭାବରେ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ଥିଲେ ଆଜି ତାହା ପାଇପାରିବେ। ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାଇବେ।
ବୃଷ : କର୍ମକ୍ଷେତ୍ରରେ ଚନ୍ଦ୍ରଙ୍କ ସହ ମଙ୍ଗଳଙ୍କ ସଂଯୋଗ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି ବନ୍ଧୁ ଅଥବା ପାଖ ପଡୋଶୀମାନେ ସହଯୋଗର ହାତ ବଢାଇପାରନ୍ତି। ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।
ମିଥୁନ : ଧନାଧିପ ନବମସ୍ଥ ହେତୁ ଆଶା ପୂରଣ ହେବାରେ କେତେକ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡିବ। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଅପ୍ରିୟସତ୍ୟ କହି ତିକ୍ତତା ସୃଷ୍ଟି କରିପାରନ୍ତି। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ : ଅଷ୍ଟମସ୍ଥ ଗ୍ରହମାନେ ମାନସିକ ଅସି୍ଥରତା ସୃଷ୍ଟି କରିବା ସହ ବ୍ୟସ୍ତତା ମଧ୍ୟରେ ସମୟ ଅତିବାହିତ କରାଇବେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମା ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଉପୁଜିପାରେ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।
ସିଂହ : ବିଭିନ୍ନ ପ୍ରକାରର ଯୋଜନା କରିବା ସକାଶେ ଚିନ୍ତାକଲେ ମଧ୍ୟ ପ୍ରତିକୂଳ ପାରିପାର୍ଶ୍ୱିକ ସ୍ଥିତି ତାହା କରାଇଦେଇ ନ ପାରେ। ପୂର୍ବରୁ ରହିଥିବା ଋଣ ଭାରରେ ଅତିଷ୍ଠ ହେବେ ମାତ୍ର ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। କ୍ରୀଡା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ସମସ୍ୟା ସରଳ ସମାଧାନ କରିବାରେ ସଫଳ ହେବେ।
କନ୍ୟା: ମଙ୍ଗଳ ଷଷ୍ଠସ୍ଥ ହେତୁ ଭ୍ରାତୃବିବାଦ କିମ୍ବା ଜମିଜମା ବିବାଦର ଆଶଙ୍କା ଦେଖାଦେଇପାରେ। ଆଜି ଦିନଟିରେ ଯାହା କିଛି ପାଇବାର ଆଶା କରିବେ ତାହା ପୂରଣ ହୋଇପାରିବ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ।
ତୁଳା : ସାମାନ୍ୟ ପ୍ରତିବନ୍ଧକ ମଧ୍ୟରେ ଈପ୍ସିତ ବସ୍ତୁ କିମ୍ବା ବନ୍ଧୁଙ୍କ ନିକଟରୁ ଅର୍ଥପ୍ରାପ୍ତି ହେବ। ଚିତ୍ରା ନକ୍ଷତ୍ର ବିଭିନ୍ନ ପ୍ରକାରର ଚିନ୍ତା ଓ କଳ୍ପନା କରି କେବଳ ଭାବି ଭାବି ସମୟ କଟାଇବେ। ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବେ।
ବିଛା : ଆଜି ଜଣେ ବନ୍ଧୁଙ୍କ ସାହାଯ୍ୟରୁ ଆଶା କରିଥିବା ଜିନିଷଟି ପାଇପାରିବେ। ଆକସ୍ମିକ ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟମାନଙ୍କ ଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ପଡୋଶୀଙ୍କ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ।
ଧନୁ : ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସିରେ କଟିଯିବ। ପିଲାମାନଙ୍କ ଶିକ୍ଷା ଓ ଅନ୍ୟାନ୍ୟ କୃତିତ୍ୱର ସଫଳତାରେ ଆନନ୍ଦ ଅନୁଭବ କରିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ମୂଳା ନକ୍ଷତ୍ରର କୌଣସି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
ମକର : ପ୍ରିୟବନ୍ଧୁଟିର ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଅହେତୁକ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ ା ଅସାବଧାନତା ହେତୁ ଦ୍ରବ୍ୟ ଓ ଧନ ହାନି ଘଟିପାରେ।
କୁମ୍ଭ : ରାଶିରେ ଚନ୍ଦ୍ରଙ୍କ ଅବସ୍ଥିତି ଜନିତ ନିଜଲୋକମାନଙ୍କ ପରୋକ୍ଷ ବିରୁଦ୍ଧାଚରଣ ମନକୁ ବେଶି ବାଧିବ। ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ରକରି ବିତର୍କର ସୂତ୍ରପାତ ଘଟିପାରେ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନ : ନିଜପାଇଁ କୌଣସି ଅସୁବିଧା ନ ଥିଲେ ମଧ୍ୟ ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ଅନ୍ୟମନସ୍କ ହେତୁ କୌଣସି ଭୁଲ୍ କାମ କରିବେ।