December 5, 2022

ଆଜିର ରାଶିଫଳ

1 min read
Aajira-Odisha

ମେଷ : ଆଜିର ଦ୍ୱାଦଶ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ବୃଷ : ରାଶି ପାଇଁ ଚନ୍ଦ୍ରଙ୍କ ସ୍ଥିତି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। କୃତ୍ତିକା ନକ୍ଷତ୍ର ପାଇଁ ପରିସ୍ଥିତି ବିଶେଷ ଭଲ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତା ବଢ଼ାଇ

ମିଥୁନ : ରାହୁଙ୍କ ପ୍ରଭାବରେ ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଉପୁଜିପାରେ। ବିଭିନ୍ନ ପ୍ରକାର ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନି କଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ମାଲିମକଦ୍ଦମା, କ୍ରୀଡ଼ା,କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

କର୍କଟ : ନବମ ଭାବରେ ରାଶ୍ୟାଧିପତି ନୂଆ କାମଟିଏ କରିବା ପାଇଁ ମନରେ ଭାବନା ଜାଗ୍ରତ କରିପାରନ୍ତି। ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ ା ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ସିଂହ : ଏକାଧିକ ଗ୍ରହ ପରିବାର ସ୍ଥାନରେ ପାପ ମଧ୍ୟସ୍ଥ ଯୋଗୁ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ମାଲିମକଦ୍ଦମା,ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କନ୍ୟା : ଧନ ସ୍ଥାନରେ ଶୁକ୍ର ବନ୍ଧୁଙ୍କ ଆଦର, ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା,ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ତୁଳା : ଶୁକ୍ର ଓ ଶନି ସାଙ୍ଗକୁ ଚନ୍ଦ୍ର ଓ ରାହୁଙ୍କ ସ୍ଥିତି ଆଜି ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ହସ୍ତା ନକ୍ଷତ୍ର ସକାଶେ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା : ଭାଗ୍ୟାଧିପତି ଙ୍କ ଶୁଭ ସଂସ୍ଥିତି ଆପଣଙ୍କ ମନକୁ ଖୁସି ରଖିବା ସହ ଅନୁରାଧା ପାଇଁ କାର୍ଯ୍ୟବ୍ୟସ୍ତତା ସୃଷ୍ଟି କରିବ। ଜ୍ୟେଷ୍ଠା ନକ୍ଷତ୍ର ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନକରି ଲକ୍ଷ୍ୟପୂରଣରେ ସମର୍ଥ ହୋଇପାରନ୍ତି।

ଧନୁ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ବେଶ୍‌ ଖୁସୀ ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

ମକର : ତୃତୀୟ ସ୍ଥାନରେ ସପ୍ତମାଧିପତି ଆପଣଙ୍କୁ କୌଣସି ନୂତନ ଭାବନାରେ ନିମଜ୍ଜିତ କରାଇପାରେ। ଧର୍ମକାର୍ଯ୍ୟ, ଶୁଭ ଖବର ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ ା ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତହେବା ମଉକା ପାଇପାରିବେ।

କୁମ୍ଭ : ନିଜ ଭାବରୁ ଶୁକ୍ର ଅଷ୍ଟମସ୍ଥ ହେତୁ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। କିନ୍ତୁ ପର୍ଯ୍ୟଟନ, ତୀର୍ଥାଟନ, ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ା ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ରକରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ, ଲେଖାପଢ଼ା ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। କଳା, ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.