ଆଜିର ରାଶିଫଳ
1 min read
ମେଷ: ଧର୍ମ ବିଶ୍ବାସୀ ହୋଇପାରନ୍ତି। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବିଭିନ୍ନ ଦିଗରୁ ଧନାଗମ ହେବ।
ବୃଷ: ବଳଶାଳୀ ହେବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ପାରିବାରିକ ସୁଖ ମିଳିବ। ନୂଆବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ସୁସ୍ଥ ଓ ନିରାମୟ ରହିବେ।
ମିଥୁନ: ସ୍ବାସ୍ଥ୍ୟ ହାନି ଘଟି ପାରେ। ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି। ଥଣ୍ଡା-କଫ ଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଜ୍ଞାନୀ ହେବେ।
କର୍କଟ: ବିଭିନ୍ନ ସ୍ତର, ଏପରିକି ସରକାରୀ ସ୍ତରରୁ ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସୁଖୀ ହେବେ।
ସିଂହ: ଶତ୍ରୁ ଦମନ ପାଇଁ ଶକ୍ତି ସଂଚୟ କରିବେ। ପରିଶ୍ରମର ମୂଲ୍ୟାଙ୍କନ ହେବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବା ଆଶା କରାଯାଏ।
କନ୍ୟା: ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ହଜିଥିବା ଦ୍ରବ୍ୟ ଖୋଜିଲେ ପାଇବେ। ଭୋଜନରେ ତୃପ୍ତି ମିଳି ନ ପାରେ। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭ ଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ।
ବିଛା: ବନ୍ଧୁ ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ। ପତ୍ନୀ, ସୁନ୍ଦରୀ, ସୁଶୀଳା ଓ ଧନବତୀ ହେବେ।
ଧନୁ: ପରିସ୍ଥିତିକୁ ଦୃଷ୍ଟିରେ ରଖି ସଜାଗ ହେବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। କୋଷ୍ଠ କାଠିନ୍ୟ ଭୋଗ କରିପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ମକର: ଭ୍ରାତୃ ବିବାଦରେ ଛନ୍ଦି ହୋଇପାରନ୍ତି। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ଅଧିକ ଲାଭ ମିଳବ।
କୁମ୍ଭ: କାର୍ଯ୍ୟର ସଫଳ ରୂପାୟନ କରିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଜ୍ଞାନୀ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷକମାନଙ୍କ ସହାୟକ ହେବେ। ବୁଦ୍ଧିମାନ ହେବେ।
ମୀନ: ଆୟ ଆଶାନୁରୂପ ହେବ। ପରିଶ୍ରମର ମୂଳ ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ପୀଡ଼ା ଉପୁଜି ପାରେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ।