May 20, 2024

ଆଜିର ରାଶିଫଳ

1 min read
Today-Horoscope-Aajira-Odisha

ମେଷ: ମନଦୁଃଖରେ ସମୟ କଟାଇ ପାରନ୍ତି। ଶାରୀରିକ ପୀଡ଼ା ଅନୁଭବ କରିବେ। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ।

ବୃଷ: କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ଗ୍ରହଣ କରିବେ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହେବେ। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ଇଙ୍ଗିତରେ ଚଳିବେ। ଶାସ୍ତ୍ରଜ୍ଞ ହେବେ। ରାଜପୂଜା ମିଳିବ।

ମିଥୁନ: ଲୋକସଂପର୍କ ବୃଦ୍ଧି ପାଇବ। ଦୃଢ଼ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ତଥାପି ଦିନଟି ଶୁଭଙ୍କର ନୁହେଁ।

କର୍କଟ: ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡ଼ି ପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ହଠାତ୍‍ ଧନଲାଭ ହେବାର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ନିସର୍ଗ ସୁଖ ଭୋଗ କରିବେ। ଶାସ୍ତ୍ର ବିଚକ୍ଷଣ ହୋଇ ପ୍ରଭୂତ୍ୱ ବିସ୍ତାର କରିବେ।

ସିଂହ: ବନ୍ଧୁ ସହଯୋଗ ଲାଭ କରିପାରନ୍ତି। ଚିନ୍ତାଗ୍ରସ୍ତ ହେବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷି କର୍ମକାରୀ ହେବେ। ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।

କନ୍ୟା: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଧର୍ମପ୍ରାଣ ବ୍ୟକ୍ତିର ପରିଚୟ ଦେବେ। ମଧୁର ସମ୍ଭାଷଣରେ ଅନ୍ୟମାନଙ୍କର ମନ କିଣି ପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ।

ତୁଳା: ଦିଅଁ ଦର୍ଶନର ସୁଯୋଗ ପାଇବେ। ଆଶାବାଦୀ ହୋଇପାରନ୍ତି। ସୌଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ରସୁଖ ମିଳିବ। ପତ୍ନୀ ପରାୟଣ ହେବେ। ଧନାଗମ ହେବ।

ବିଛା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟ ଲାଭ ସହିତ ଧନଲାଭ ହେବ। ରଣାଙ୍ଗନରେ ପାରଙ୍ଗମ ହେବେ। ନୂଆବନ୍ଧୁ ଜୁଟିବେ। ଗୁଣବାନ୍‍ ଓ ରୂପବାନ୍‍ ହୋଇପାରନ୍ତି। ଚିନ୍ତାଧାରା ମହତ ହେବ।

ଧନୁ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ହେବେ। ଜ୍ଞାନ-ଗରିମା ବୃଦ୍ଧି ହେବ।

ମକର: ପରିସ୍ଥିତି ପ୍ରତି ସଜାଗ ରହିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭ ହେବ।

କୁମ୍ଭ: ଚିନ୍ତାରୁ ମୁକ୍ତିି ମିଳିବ। ପରିଶ୍ରମର ମୂଲ୍ୟ ମିଳିବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ, ସଦିଚ୍ଛା ରହିବ।

ମୀନ: ଗୃହକାର୍ଯ୍ୟ ଆନନ୍ଦଦାୟକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ବିଳାସ-ବ୍ୟସନ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍ ଓ ସାହସୀ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ମିଳିବ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.