April 19, 2024

ଆଜିର ରାଶିଫଳ

1 min read
Today-Horoscope-Aajira-Odisha

ମେଷ: ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ପତ୍ନୀ ସୁଶୀଳା ଓ ଆଜ୍ଞାକାରିଣୀ ହେବେ।

ବୃଷ: କର୍ତ୍ତବ୍ୟନିଷ୍ଠ ହେବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେଇ ପାରନ୍ତି। ବ୍ୟକ୍ତିତ୍ୱ ବିକଶିତ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷିକର୍ମ ଉପରେ ଧ୍ୟାନ ଦେବେ। ଜଳ ପ୍ରତିି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ।

ମିଥୁନ: ସାବଧାନତାର ସହ କାର୍ଯ୍ୟ କରି ଦୁର୍ଘଟଣାକୁ ଏଡାଇ ଦେଇପାରନ୍ତି। ମନୋବଳ ଦୃଢ଼ ରହିବ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ହେବେ। କଥା ଶୈଳୀରେ ଅନ୍ୟକୁ ବଶ କରି ପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।

କର୍କଟ: ପରିସ୍ଥିତିକୁ ମୁକାବିଲା କରି ଅଭିଜ୍ଞ ହୋଇପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତି ପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ବନ୍ଧୁପ୍ରେମୀ ହେବେ।

ସିଂହ: ଉପୁୁଜିଥିବା ଅସୁବିଧାକୁ ସଜାଡ଼ି ଦେଇପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଅଧିକ ହୋଇପାରେ। ଐଶ୍ୱର୍ୟ୍ୟଯୁକ୍ତ ହେବେ। ମୋକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ଧନଲାଭ ହେବ।

କନ୍ୟା: ପଡ଼ୋଶୀମାନଙ୍କ ପ୍ରତି ସତର୍କ ରହିବାକୁ ପଡ଼ିବ। ବ୍ୟୟ ପରିମାଣ ବୃଦ୍ଧି ପାଇପାରେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି। ନୀତିନିଷ୍ଠ ହେବେ।

ତୁଳା: ଲାଗି ରହିଥିବା ବିବାଦର ସୁ ସମାଧାନ ହେବ। ଆୟ ଯଥେଷ୍ଟ ପରିମାଣର ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ରାଜଦ୍ୱାରେ ସମ୍ମାନିତ ହେବେ।

ବିଛା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କର୍ମକ୍ଷେତ୍ର ଉତ୍ସାହଜନକ ହେବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।

ଧନୁ: ଦୁର୍ଘଟଣାରୁ ଉଧୁରି ଯିବେ। ସାମୟିକ ଭାବେ ବିଶ୍ରାମ ଗ୍ରହଣ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ସମ୍ପତ୍ତିବାନ୍‍ ହେବେ।

ମକର: ପୈତୃକ ସମ୍ପତ୍ତିକୁ ନେଇ ଅଶାନ୍ତି ଉପୁଜି ପାରେ। ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଅତିମାତ୍ରାର ସତର୍କତା ଆବଶ୍ୟକ। ସ୍ୱାଭିମାନୀ ହୋଇପାରନ୍ତି। ଭାଗବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।

କୁମ୍ଭ: ସତ୍‍କର୍ମ କରି ପ୍ରଶଂସିତ ହେବେ। ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହୋଇପାରନ୍ତି। ମନରେ ଅହଂଭାବ ଜାଗରିତ ହୋଇପାରେ। ଶାନ୍ତ ଓ ଧୈର୍ୟ୍ୟବାନ୍‍ ହେବେ। ପତ୍ନୀଙ୍କ ସାନ୍ନିଧ୍ୟ ସୁଖଦାୟକ ହେବ।

ମୀନ: ଅଭିଜ୍ଞତାକୁ କାର୍ୟ୍ୟରେ ଲଗାଇ ବିଶେଷ ଉପକୃତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହେବେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.