April 18, 2024

ଆଜିର ରାଶିଫଳ

1 min read
Aajira-Odisha

ମେଷ: ଅନାୟସରେ କାର୍ଯ୍ୟ ସଫଳ ହେବ। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ବୃଷ: କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଆୟ ପରିମାଣ ବୃଦ୍ଧି ପାଇବ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ।

ମିଥୁନ: କାରିଗରୀ ବିଦ୍ୟାରେ ଆଗେଇବେ। କାର୍ଯ୍ୟ ବ୍ୟସ୍ତତା ବଢ଼ି ଚାଲିବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଆତ୍ମ ତୃପ୍ତି ଲାଭ କରିପାରନ୍ତି।

କର୍କଟ: ଦରକାରୀ ଦ୍ରବ୍ୟ ଲାଭ ହୋଇପାରେ। ସେବାକ୍ଷେତ୍ରରେ ନିୟୋଜିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନ ସୁଯୋଗ ପାଇବେ।

ସିଂହ: ପ୍ରିୟ ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ତଥା ପ୍ରତିଶୋଧ ପରାୟଣ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କନ୍ୟା: ଶତ୍ରୁ ଆଡ଼ ହୋଇ ଯିବେ। ବନ୍ଧୁ ଦର୍ଶନ ଆନନ୍ଦଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହେବେ। ଅହଂକାରୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ।

ତୁଳା: ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିକ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ କରିପାରନ୍ତି। ଲୋକମାନଙ୍କର ଆଦରଣୀୟ ହେବେ। ବହୁ ସୁଫଳ ମିଳିବ।

ବିଛା: ଅହଂଭାବ ପ୍ରଦର୍ଶନ କରିପାରନ୍ତି। ଆୟ ପରିମାଣ ଯଥେଷ୍ଟ ମାତ୍ରାର ବୃଦ୍ଧିପାଇବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ। ଧାର୍ମିକ ଓ ତେଜସ୍ୱୀ ହେବେ।

ଧନୁ: ବାଦ-ବିବାଦରେ ବିଜୟୀ ହେବେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ। ବୁଦ୍ଧିମାନ ହେବେ।

ମକର: କାର୍ଯ୍ୟଟିକୁ ସରଳ ଓ ନିରାଡମ୍ବର ଭାବେ ଚଳାଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି।

କୁମ୍ଭ: ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ ହେବେ। ଶାନ୍ତିପ୍ରିୟ ହୋଇପାରନ୍ତି। ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ପ୍ରାପ୍ତ ହେବେ। ଯାନବାହନ ସୁଖ ମିଳିପାରେ। ବ୍ୟବସାୟୀ ଅଧିକ ଧନଲାଭ କରିପାରନ୍ତି।

ମୀନ: ଏପରି କାର୍ଯ୍ୟ କରିବେ; ଯେଉଁ ଥିରେ କି ପ୍ରଚୁର ଧନ ମିଳିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହୋଇ ଧନପ୍ରାପ୍ତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସମ୍ପଦପ୍ରାପ୍ତ ହେବେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.