ରାଶିଫଳ

ଆଜିର ରାଶିଫଳ

ମେଷ : ଆଜିର କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅନୁପସ୍ଥିତି କାରଣରୁ  ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। ଯାତ୍ରାକାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡନ୍ତୁ, ଅବଶ୍ୟ ସୁଫଳ ପାଇବେ।

ବୃଷ : ପରୋକ୍ଷ ଶତ୍ରୁତା କରୁଥିବା ଯୋଗୁ ବନ୍ଧୁଙ୍କ କାର୍ଯ୍ୟକଳାପ ଦେଖି ବିଚଳିତ ହୋଇପାରନ୍ତି। ନିଜକାମ ଛାଡି ପରକଥାରେ ମୁଣ୍ଡ ପୂରାନ୍ତୁ ନାହିଁ, ଯଦ୍ଦ୍ବାରା ଅପଦସ୍ଥ ହେବାକୁ ପଡିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ  ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଅନ୍ୟାନ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ।

ମିଥୁନ : ପୂର୍ବ ଶତ୍ରୁତା କାରଣରୁ ଆଶା କରି ନ ଥିବା ଖବର ଶୁଣି ବିସ୍ମିତ ହୋଇପାରନ୍ତି। ଆମତ୍ୀୟ ସ୍ବଜନମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ରାଜନୈତିକ ସ୍ତରରେ କଳହ ଘେରରେ ଆକ୍ରାନ୍ତ ହେବାର ସୂଚନା ରହିଛି। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବ।

କର୍କଟ : କର୍ମକ୍ଷେତ୍ରରେ ପ୍ରତ୍ୟେକ ବିଫଳତାକୁ ସମୀକ୍ଷା କରି ନିରାକରଣ ପୂର୍ବକ କାର୍ଯ୍ୟକଲେ ସଫଳତା ପାଇବେ। ପରିବାରରେ ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ  ସାଙ୍ଗକୁ ପ୍ରାଧାନ୍ୟତା ମଧ୍ୟ ବଢ଼ିବ। ସାୟାହ୍ନେ ଟେନସନ୍‌ କମିଯିବା ସହ ଆଳାପ ଆଲୋଚନାରେ ସମୟ କଟାଇବେ।

ସିଂହ : ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । କର୍ମଜଞ୍ଜାଳ ବୃଦ୍ଧି ପାଇବା କାରଣରୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। ଏଜେନ୍ସି, କଳା, ସାହିତ୍ୟ, ସାମ୍ବାଦିକତାରୁ ପ୍ରଶଂସିତ ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।

କନ୍ୟା : ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ଦିଗରେ ବନ୍ଧୁମାନଙ୍କ ସହ ବିଭିନ୍ନ ପ୍ରକାର ଆଲୋଚନା କରିବେ। ସମସ୍ୟା ମଧ୍ୟରେ ଗତି କରୁଥିବା କାରଣରୁ  ମନୋବଳ କ୍ରମଶଃ ହ୍ରାସ ପାଇବ। ଭଲ ସମ୍ପର୍କ ଥିବା  ବନ୍ଧୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ବୁଝତ୍ପାରନ୍ତି। ଭ୍ରମଣହେତୁକ କ୍ଳାନ୍ତି ଦେଖାଦେଇପାରେ।  ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ ।

ତୁଳା : ପରିସ୍ଥିତିକୁ ଗୁରୁତ୍ୱଦେଇ କାମ କରିବା ଭଲ ହେବ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। କର୍ମକ୍ଷେତ୍ରରେ ଅଧାପନ୍ତରିଆ କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। ଆନୁଷ୍ଠାନିକ କାମରେ ପଦସ୍ଥବ୍ୟକ୍ତିମାନଙ୍କ ନିକଟରୁ ପ୍ରଶଂସା ମିଳିବ। ନିଜ ମନ ପସନ୍ଦର ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ।

ବିଛା : ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବା ସହ ଯାହା ଆଶା କରୁଥିଲେ ତାହା ପାଇପାରିବେ । ଯୁକ୍ତିଯୁକ୍ତ କଥା କହିଲେ ମଧ୍ୟ ସ୍ବାର୍ଥହାନି ଆଶଙ୍କାରେ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ଆଜି ହିଁ ଶେଷ କରିବାକୁ  ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ବନ୍ଧୁ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବା ସହ  ଟେନସନ୍‌ ମଧ୍ୟ ଦୂର ହେବ।

ଧନୁ : ପାଖ ପଡୋଶୀଙ୍କ ସହାନୁଭୂତିରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମାନସିକ ସ୍ଥିତି ବଦଳିଯିବ। ଆପଣଙ୍କ କାର୍ଯ୍ୟଦକ୍ଷତାରେ ପଡୋଶୀମାନେ ଖୁବ୍‌ ପ୍ରଶଂସା କରିପାରନ୍ତି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।

ମକର : ସ୍ବାସ୍ଥ୍ୟ ସମସ୍ୟା ଧୀରେ ଧୀରେ ସୁଧୁରିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ନେଇ ଭୁଲ୍‌ ବୁଝାମଣା ହେତୁ କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହେବ। ପଡୋଶୀମାନେ ମନ ବୁଝିଲାଭଳି  କଥା କହି କାର୍ଯ୍ୟ ହାସଲ କରିବେ। ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ।

କୁମ୍ଭ : ଆପଣଙ୍କ ଲୋକପ୍ରିୟତା ବୃଦ୍ଧି ହେତୁ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବିବାଦୀୟ ଘଟଣା କିମ୍ବା ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ପାଖପଡୋଶୀଙ୍କ  ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଆର୍ଥିକ ଅନଟନ ମଧ୍ୟରେ ସମୟ କଟାଇବେ। 

ମୀନ : କର୍ମକ୍ଷେତ୍ରର ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବାର ସମ୍ଭାବନା ରହିଛି। କଳା ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସରକାରୀ ସ୍ତରରେ ଅଟକି ରହିଥିବା କାମକୁ ସମ୍ପନ୍ନ କରିବା ସକାଶେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button