April 24, 2024

ଆଜିର ରାଶିଫଳ

1 min read
Aajira-Odisha

ମେଷ: ଆୟ ଆଶାନୁରୂପ ହେବ। ସରକାରୀ ଓ ବନ୍ଧୁ ସହାୟତାରୁ ଲାଭବାନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚଞ୍ଚଳ ପ୍ରକୃତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ସରକାରୀ ସ୍ତରରୁ ସମ୍ମାନ ମିଳିବ।

ବୃଷ: ଭ୍ରମଣ ସୁଖ ମିଳିପାରେ। କୁଳ ଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି।

ମିଥୁନ: ବିଭିନ୍ନ ବ୍ୟକ୍ତିବିଶେଷଙ୍କ ଠାରୁ ସହାୟତା ମିଳିବ। ଦୂରଯାତ୍ରା ଲାଭ ଦାୟକ ହେବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ଧର୍ମାତ୍ମା ପ୍ରବାୟ ପ୍ରିୟ, ବିଦ୍ୱାନ ଓ ସାହସୀ ହୋଇପାରନ୍ତି।

କର୍କଟ: କାର୍ଯ୍ୟରେ ଅସଙ୍ଗତି ଦେଖାଦେଇ ପାରେ। ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ଖର୍ଚ୍ଚାନ୍ତ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ ହେବେ। ସତର୍କରେ ଚଳିବାକୁ ହେବ।

ସିଂହ: ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ସାମୟିକ ଭାବେ ମନରେ ଅହଂଭାବ ଦେଖା ଦେଇପାରେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କନ୍ୟା: ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିଶ୍ୱାସଭାଜନ ହେବେ। ମନ ପ୍ରଫୁଲ୍ଲିତ ହୋଇପାରେ।

ତୁଳା: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‍ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିପାରେ। ବ୍ୟବସାୟରେ ପ୍ରଚୁର ଧନଲାଭର ସୂଚନା ମିଳୁଛି।

ବିଛା: ସଫଳତାର ନିକଟବର୍ତ୍ତୀ ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିପ୍ରକାଶ ଘଟାଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ। ଜଳପ୍ରତି ଆଦରପ୍ରେମୀ ହେବେ।

ଧନୁ: ଉଚ୍ଚ ସମ୍ମାନରେ ସମ୍ମାନିତ ହେବେ। ମନରେ ପ୍ରସନ୍ନତା ଭାବ ଦେଖାଦେବ। ଆସ୍ତିକ ସ୍ୱଭାବର ହୋଇପାରନ୍ତି। ମିଷ୍ଟଭାଷୀ ହେବେ। ଥଣ୍ଡା କଫରେ ପୀଡ଼ିତ ହେବାର ସୂଚନା ମିଳୁଛି। ପ୍ରେମୀ ଓ ସାହସୀ ହେବେ। ବିବାଦରେ ବିଜୟୀ ହେବେ।

ମକର: ନୂତନ ପ୍ରକାର ବିଦ୍ୟା ଅଧ୍ୟୟନ କରିବାର ସୁଯୋଗ ପାଇପାରନ୍ତି। ଚିନ୍ତାଶୀଳ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ପରିଗଣିତ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ।

କୁମ୍ଭ: ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଧନବାନ ଓ ଗୁଣଯୁକ୍ତ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ସମ୍ମାନ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ଉତ୍ତମ ହେବ। ବିବାଦରେ ବିଜୟୀ ହେବେ।

ମୀନ: ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁରେ ସାମାନ୍ୟ ମାତ୍ରାର ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ବଚନରେ ଶତ୍ରୁକୁ ବଶ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.