May 31, 2023

ଆଜିର ରାଶିଫଳ

1 min read
Aajira-Odisha

ମେଷ : ଆଜି ଆପଣଙ୍କର ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ, ବିବାଦର ସମାଧାନ,ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ । ମନ ଚାହୁଁଥିବା ଜିନିଷ ଲାଭ କରିବା ଦିଗରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ଆଶା ମଧ୍ୟ ଅପୂରଣୀୟ ରହିବ ନାହିଁ । ବାଣିଜ୍ୟ,ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନଜନିତ ସମୟ କଟାଇବେ।

ବୃଷ : ବହୁତ ଦିନହେଲା ଅଟକି ରହିଥିବା କାମଗୁଡିକୁ ତ୍ୱରାନ୍ବିତ କରାଇବାରେ ଚେଷ୍ଟିତ ହେବେ ।  ଆଶା କରୁଥିବା ଦିଗରୁ  ଧନପ୍ରାପ୍ତି ସହ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ,ଏ ଦିଗରେ  ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । ଜମିଜମା,କଚେରି ମାମଲାରୁ ଉପକୃତ ହେବେ।

ମିଥୁନ : କର୍ମକ୍ଷେତ୍ରରେ ଶତ୍ରୁକୃତ ସମସ୍ୟାମୁକ୍ତ କରାଇବାରେ ସାହାଯ୍ୟ କରିବ। ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ପରିବାରର ଆବଶ୍ୟକତାକୁ ନେଇ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅଫିସ୍‌ କାମରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌  କାମ କରି ଅନୁତପ୍ତ ହେବେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।

କର୍କଟ : ଅଫିସ୍‌ କାମରେ  ଭାବପ୍ରବଣତାବଶତଃ ବିରକ୍ତିକର  କଥା କହି ଅପଦସ୍ଥ ହୋଇପାରନ୍ତି। ପରକଥାରେ ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି । ଆକସ୍ମିକ ଆଗନ୍ତୁକ ନୂତନ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟା କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।

ସିଂହ : ଆଜି ଆପଣ ଅନ୍ୟମାନଙ୍କ ସକାଶେ ଅବିଶ୍ୱାସର ପାତ୍ର ହୋଇପାରନ୍ତି ।  ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା କ୍ରମଶଃ ବୃଦ୍ଧି ହେତୁ ମାନସିକ ଅବସାଦ ବୃଦ୍ଧି ପାଇବ । ଏକାଧିକ ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଅତି ନିକଟତମ ମିତ୍ର କେହି ଛଳନା କରି ଦୂରେଇ ଯାଇପାରନ୍ତି।

କନ୍ୟା : ଦ୍ୱିତୀୟସ୍ଥ ବୁଧ ପ୍ରଭାବରେ ଆପଣ ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ  କରିବେ। ପରୋକ୍ଷ ଶତ୍ରୁତା, ଋଣ ଉଠାଣ, ଲଟେରି କାରବାରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ଆକସ୍ମିକ ଭାବରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ ଏବଂ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।

ତୁଳା : ଚତୁର୍ଥସ୍ଥ ଏକାଧିକ ଗ୍ରହ ଯୋଗୁ ପରିବାର ଭିତରେ  ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ   ା ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ । ଆଧ୍ୟାମତ୍ିକ ପ୍ରବଚନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ ।  ସ୍ବାସ୍ଥ୍ୟରେ ଉନ୍ନତି ଘଟିବାର ଆଶା କରାଯାଇପାରେ ।

ବିଛା : ଶନିଙ୍କ ଦୃଷ୍ଟି ପ୍ରଭାବରେ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତିପର୍ବରେ ଲାଗିପଡିବେ।  ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ।  ରାଜନୈତିକ ସ୍ଥିତି, ଅର୍ଥନୈତିକ ପ୍ରଗତି ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ମଧ୍ୟ ବୃଦ୍ଧି ପାଇବ  ।

ଧନୁ : ସତକଥା କହିବା ଲାଗି ନିଜ ଲୋକମାନଙ୍କ ଚକ୍ଷୁଶୂଳର କାରଣ ସ୍ବରୂପ ଶ୍ରଦ୍ଧା,ସମ୍ମାନ ଓ ଆଦରର ନୂ୍ୟନତା ଉପଲବ୍ଧି କରିବେ ।  କର୍ମକ୍ଷେତ୍ରରେ ଅସହଯୋଗ କାରଣଜନିତ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରିପାରିଲେ  କେତେକାଂଶରେ ଉପକୃତ ହେବେ । ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ।

ମକର : ସତର୍କତା ଅଭାବରୁ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ,ପରିବହନ ଓ ଏଜେନ୍‌ଶିପ୍‌ରୁ ଖୁସି ରହିବେ । ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତା ଭଲ କାମ ଦେବ ଓ ମାମଲା ଫଇସଲା ହୋଇଯିବାରେ ଆପଣ ମୁଖ୍ୟ ଭୂମିକା ତୁଲାଇପାରନ୍ତି।

କୁମ୍ଭ : ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଓ ସାହସିକତାର ଭିତ୍ତିଭୂମିରେ କର୍ମକ୍ଷେତ୍ରରେ  ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଘର ସାଜସଜ୍ଜାରେ, ନିର୍ମାଣରେ, ଆନୁଷ୍ଠାନିକ କାମରେ, ମେଳା ମହୋତ୍ସବରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥିକ ଦିଗଟି ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।

ମୀନ : ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି । ଜଣେ ବ୍ୟକ୍ତି କର୍ମକ୍ଷେତ୍ରରେ ହଠାତ୍‌ ଅସହଯୋଗ କରି ସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟି ଯାଇପାରନ୍ତି, ଫଳତଃ କେତେକ କ୍ଷେତ୍ରରେ ଯେତେ ଭଲ କାମ କଲେ ସୁଦ୍ଧା କର୍ମକ୍ଷେତ୍ରରେ  ସମାଲୋଚିତ ହେବେ । ଶିଳ୍ପ ,ବାଣିଜ୍ୟ, ରାଜନୀତି କ୍ଷେତ୍ରରେ ସଫଳତା ହାସଲ କରିବେ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.