ରାଶିଫଳ

ଆଜିର ରାଶିଫଳ

ମେଷ: ନିଜ ଉପରେ ବିଶ୍ଵାସ ରଖନ୍ତୁ। ଲାଗିରହିଥିବା ବିବାଦର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରକୁ ଯିବା ପାଇଁ ବିଚାର କରିବେ। ପ୍ରେମ ସମ୍ବନ୍ଧରେ କୌଣସି ମନୋକାମନା ପୂରଣ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଶୁଭ। ଶୁଭରଙ୍ଗ: ଲାଲ। ଆରାଧନା: ମା ମଝିଘରିଆଣୀ।

ବୃଷ: ବ୍ୟବସାୟ ପାଇଁ ଭଲ ସୁଯୋଗ ମିଳିବ। ଆପଣଙ୍କ ଯାତ୍ରା ମଙ୍ଗଳମୟ ଓ ସୁଖଦ ରହିବ। ଭାଇ ବନ୍ଧୁଙ୍କ ମାଧ୍ୟମରେ ଲାଭ ପାଇବେ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିବାର ଯୋଗ ରହିଛି। ଶୁଭରଙ୍ଗ: ବାଦାମୀ। ଆରାଧନା: ମା ବିମଳା।

ମିଥୁନ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌େର ସକ୍ଷମ ହେବେ। ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି। ପ୍ରିୟ ବନ୍ଧୁଙ୍କ ସହିତ ଭ୍ରମଣରେ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମା ଶାରଳା।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ଦିମାକରେ ଯେଉଁ ବିଚାର ଆସିବ ତାହା ସଫଳ ହେବ। କମ୍ପ୍ୟୁଟର ଇଂଜିନିୟରଙ୍କୁ ବିଦେଶରେ ଚାକିରି ମିଳିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମା ତାରିଣୀ।

ସିଂହ: ପରିବାରଠାରୁ ଆଶୀର୍ବାଦ ପାଇବେ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ରହିବେ। ଆମଦାନିର ନୂଆ ସ୍ରୋତ ମିଳିପାରେ। ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ। ଶୁଭରଙ୍ଗ: ନାରଙ୍ଗୀ। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ବ୍ୟବସାୟରେ ଆଗକୁ ବଢ଼ିବେ। ଲେଖକଙ୍କୁ ପୁରସ୍କାର ମିଳିପାରେ। ବୈବାହିକ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ତୁଳା: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ଧନଲାଭର ଅବସର ପ୍ରାପ୍ତ ହେବ। ପରିବାର ସହିତ ଆନନ୍ଦ ଉଲ୍ଲାସରେ ସମୟ କଟିବ। ଶୁଭରଙ୍ଗ: ନୀଳ। ଆରାଧନା: ମା ଭଦ୍ରକାଳୀ।

ବିଛା: ଦିନଟି ଖୁସି ଭରା ରହିବ। ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମା କଟକଚଣ୍ତୀ।

ଧନୁ: ସକାରାତ୍ମକ ଭାବନାରେ ଧୢାନ କେନ୍ଦ୍ରୀଭୂତ କରନ୍ତୁ। ଆପଣଙ୍କ ଯୋଜନା ସମ୍ବନ୍ଧରେ ପରିବାର ସହିତ ଚର୍ଚ୍ଚା କରନ୍ତୁ ଫାଇଦା ହେବ। ରାଜନୀତିରେ ଲାଭ ମିଳିବାର ସ୍ଥିତି ଉତ୍ପନ୍ନ ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମା ବଗଳାମୁଖୀ।

ମକର: ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଯାହା ବି କାମ କରିବେ ସଫଳତା ପାଇବେ। ଆପଣଙ୍କ ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ଚାକିରିରେ ଦାୟିତ୍ବ ବଢ଼ିବ। ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମା ଦୁର୍ଗା।

କୁମ୍ଭ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଆର୍ଥିକ ସ୍ଥିତି ମଜଭୁତ ହେବ। ଶତ୍ରୁ ପରାସ୍ତ ହେବେ। ବନ୍ଧୁଙ୍କ ମେଳରେ ଆପଣଙ୍କ ମାନସମ୍ମାନ ବଢ଼ିବ। ଜୀବନସାଥୀଙ୍କ ସହିତ ବାହାରକୁ ଭୋଜନ ପାଇଁ ଯିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମା ମଙ୍ଗଳା।

ମୀନ: ଗୁରୁଜନଙ୍କ ସେବା କରନ୍ତୁ; ସଫଳତା ପାଇବେ। ରାଜନୀତିରେ ଆର୍ଥିକ ଲାଭ ହେବ। ଭୂସ˚ପତ୍ତି କିଣିବା ପାଇଁ ଦିନଟି ଭଲ। ପାରିବାରିକ ବ୍ୟାପାରରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ହର ପାର୍ବତୀ।

Related Articles

Leave a Reply

Your email address will not be published. Required fields are marked *

Check Also
Close
Back to top button