May 12, 2024

ଆଜି ଦାରୁବ୍ରହ୍ମଙ୍କ ହାତୀବେଶ

1 min read
snana-purnima aajiraodisha

ଆଓରି-ପୁରୀ (୨୪/୦୬) : ସ୍ନାନ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଆଜି ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । କରୋନା ଭକ୍ତ ଓ ଭଗବାନଙ୍କ ଭିତରେ ଲକ୍ଷ୍ମଣରେଖା ଟାଣିଛି । ଏଥର ବି ବିନା ଭକ୍ତରେ ସ୍ନାନଯାତ୍ରା ହେଉଛି । ବଡ଼ ଦେଉଳରୁ ବାହାରି ଆସିଛନ୍ତି ଶ୍ରୀଜିଉ  ।ଏଥିପାଇଁ ବଡ଼ଦେଉଳରୁ ସ୍ନାନ ମଣ୍ଡପକୁ ଓହ୍ଲାଇଛନ୍ତି ବଡ଼ ଠାକୁର ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ ଶ୍ରୀସୁଦର୍ଶନ । ସୁବର୍ଣ୍ଣ କୂଅରୁ ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସାଢ଼େ ୧୦ଟାରେ ଛେରା ପହଁରା ପାଇଁ ସମୟ ଧାର୍ଯ୍ୟ ହୋଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ବି ଛେରାପହଁରା ପାଇଁ ଆସିବେନି ଗଜପତି ମହାରାଜା । ତାଙ୍କ ପ୍ରତିନିଧି ମୁଦିରସ୍ତ ପରମ୍ପରା ରକ୍ଷା କରିବେ । ମଧ୍ୟାହ୍ନ ୧୧ଟାରୁ ୧୨ଟା ଭିତରେ ଅନୁଷ୍ଠିତ ହେବ ଦୁର୍ଲଭ ଗଜାନନ ବେଶ । ସନ୍ଧ୍ୟା ୫ଟାରୁ ୮ଟା ଭିତରେ ବାହୁଡ଼ା ପହଣ୍ଡି ପାଇଁ ସମୟ ଧାର‌୍ୟ୍ୟ ହୋଇଛି ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.