ଆଜି ଦେଶରେ ୯୨ହଜାର ୫୯୬ ନୂଆ ଆକ୍ରାନ୍ତ ଚିହ୍ନଟ
1 min read
ଆଓରି-ନୂଆଦିଲ୍ଲୀ(୦୯/୦୬) : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୨,୫୯୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୨୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୦,୮୯,୦୬୯ ଓ ମୃତ୍ୟୁସଂଖ୍ୟା ୩,୫୩,୫୨୮ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୬୨,୬୬୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୫,୦୪,୧୨୬ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୩୧,୪୧୫।